ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ (୫୦) ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସନ୍ତୋଷ ଗତ କିଛିଦିନ ପୁର୍ବରୁ ଥଣ୍ଡା ଜନିତ ରୋଗରେ ଆକ୍ରାନ୍ତି ଧୂରେଧୂରେ ନିଶ୍ବାସ ପ୍ରଶ୍ବାସ ନେବାରେ ସମସ୍ୟା ଦେଖା ଦେବାରୁ ଶନିବାର ଅପରାହ୍ନରେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ । ସେଠାରେ ତାଙ୍କ ଶ୍ବାସକ୍ରିୟା ସମସ୍ୟା ଗୁରୁତର ସୃଷ୍ଟି ହେବାରୁ ଅଧୂକ ଚିକିତ୍ସା ପାଇଁ ଅନ୍ୟତ୍ର ନେବାକୁ ଡାକ୍ତର ପରାମର୍ଶ ଦେଇଥିଲେ ।















