ପାରଳାଖମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଲପାରଳାଖେମୁଣ୍ଡି ବିଧାୟକ ଇଂ ରୁପେଶ କୁମାର ପାଣିଗ୍ରାହୀ ଆଜି ସନ୍ଧ୍ୟାରେ ନବୀନ ନିବାସ’କୁ ଯାଇ ସେଠାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ଶ୍ରୀ ନବୀନ ପଟ୍ଟନାୟକ’ଙ୍କୁ ଭେଟି ତାଙ୍କୁ ନୂତନ ବର୍ଷର ଅଭିନନ୍ଦନ ଜଣାଇଥିଲେ।ବିଜେଡି ସୁପ୍ରିମୋ ଶ୍ରୀ ନବୀନ ପଟ୍ଟନାୟକ ପାରଳାଖେମୁଣ୍ଡିକୁ ଅତି ଭଲ ପାଆନ୍ତି , କାରଣ ତାଙ୍କ ଜେଜେ ବାପା ଶ୍ରୀ ଲକ୍ଷ୍ମୀ ନାରାୟଣ ପଟ୍ଟନାୟକ ଅତୀତରେ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି’ଙ୍କ ଦିୱାନ ଥିଲେ ।















