ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ପାରଳାଖେମୁଣ୍ଡି ବିଧାୟକ ଇଂ ରୂପେଶ ପାଣିଗ୍ରାହୀ ଆଜି ଭୁବନେଶ୍ୱର ସ୍ଥିତ ଲୋକସେବା ଭବନରେ ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ସାକ୍ଷାତ କରି ଶୁଭେଚ୍ଛା ଜଣାଇଛନ୍ତି. ଏହି ଅବସରରେ ଜିଲ୍ଲାର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଓ ତାର ଅନୁଦାନ ଏବଂ ଚାଷୀ ମାନଙ୍କ ଲାଗି ରହିଥିବା ସମସ୍ୟା ସମ୍ପର୍କରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ ।















