ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ଚକାପାଦ ବ୍ଲକର ଲାଇନପଡ଼ା-ପସରା ଗ୍ରାମ ରାସ୍ତାରେ ଥିବା ଚୂନଘାଟି ଜଙ୍ଗଲରୁ ଜଣେ ଯୁବକଙ୍କ ଦରପୋଡ଼ା ଶବ ଉଦ୍ଧାର କରାଯାଇଛି । ମୃତ ଯୁବକ ଜଣକ ହେଲେ ଖଜୁରୀପଡ଼ା ଥାନା ଆର୍.ନୂଆଗାଁ ପଞ୍ଚାୟତ ଖଲିବେରଣା ଗ୍ରାମର ଦୁର୍ଯ୍ୟୋଧନ ବଗର୍ତ୍ତୀ (୩୫) । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଥିବା ବେଳେ ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି ।
















