• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଆ ବିଶ୍ୱବିଦ୍ୟାଳୟରେ ‘ଜାତୀୟ ସେବା ଯୋଜନା ଶାଖାର ଶୀତକାଳୀନ ସ୍ବତନ୍ତ୍ର ଶିବିର ଉଦଘାଟନ

Proprietor Abhimanyu Maharana by Proprietor Abhimanyu Maharana
January 15, 2026
in ଓଡ଼ିଶା, ପୁରୀ, ହୋମ୍
0
ଓଡ଼ିଆ ବିଶ୍ୱବିଦ୍ୟାଳୟରେ ‘ଜାତୀୟ ସେବା ଯୋଜନା ଶାଖାର ଶୀତକାଳୀନ ସ୍ବତନ୍ତ୍ର ଶିବିର ଉଦଘାଟନ
Share on FacebookShare on TwitterWhatsapp

ସାକ୍ଷୀଗୋପାଳ  (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :-  ରାଜକିଶୋର ସେନାପତି – ଓଡ଼ିଆ ବିଶ୍ଵବିଦ୍ୟାଳୟର, ସତ୍ୟବାଦୀ, ପରିସରରେ ‘ଜାତୀୟ ସେବା ଯୋଜନା ଶାଖାର ସ୍ବତନ୍ତ୍ର ଶିବିର’ ଉଦଘାଟନୀ ଉତ୍ସବ ବେଶ୍ ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି । ଐତିହ୍ୟ ସମ୍ପନ୍ନ ସତ୍ୟବାଦୀ ବନବିଦ୍ୟାଳୟଠାରେ ପ୍ରତିଷ୍ଠିତ ସ୍ବତନ୍ତ୍ର ଭାଷାଭିଭିକ ଓଡ଼ିଆ ବିଶ୍ବବିଦ୍ୟାଳୟର ଏହା ଜାତୀୟ ସେବା ଯୋଜନାର ପ୍ରଥମ ଶୀତକାଳୀନ ସ୍ବତନ୍ତ୍ର ଶିବିର ଅନୁଷ୍ଠିତ ହୋଇଯାଇଅଛି । ସର୍ବପ୍ରଥମେ ଓଡ଼ିଆ ବିଶ୍ବବିଦ୍ୟାଳୟର କୁଳସଚିବ, ଜାତୀୟ ସେବା ଯୋଜନା ଅଧିକାରୀ ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ଏବଂ ସମସ୍ତ ଅଧ୍ୟାପକ ଓ ସ୍ବେଚ୍ଛାସେବୀଙ୍କ ଦ୍ଵାରା ଏନ ଏସ ଏସ ପତାକା ଉତ୍ତୋଳନ କରାଯାଇ ଏହି ଶିବିରର ଆରମ୍ଭ କରାଯାଇଥିଲା ।

ପରେପରେ ‘ଜାତୀୟ ସେବା ଯୋଜନାଶାଖାର ସ୍ବତନ୍ତ୍ର ଶିବିର’ ବିଶ୍ଵବିଦ୍ୟାଳୟର କୁଳସଚିବ ରଶ୍ମିରେଖା ଦାସଙ୍କ ଦ୍ଵାରା ଉଦଘାଟିତ ହୋଇଥିଲା । ପ୍ରଭୁ ଜଗନ୍ନାଥ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ନିକଟରେ ଅତିଥି ମାନଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ଜ୍ଵଳନ କରାଯାଇଥିଲା। ସେଚ୍ଛାସେବୀ ସତ୍ୟରଞ୍ଜନ ଦାସ ସହିତ ତାଙ୍କ ସହଯୋଗୀ ମାନେ ଉଦଘାଟନୀ ସଙ୍ଗୀତ ଗାନ କରିଥିଲେ। ସ୍ବେଚ୍ଛାସେବୀ ସାଇପ୍ରସାଦ ପଟ୍ଟନାୟକ ଓଡିଶୀ ନୃତ୍ୟ ପରିବେଷଣ କରିଥିଲେ ।

ମଞ୍ଚ ପରିଚାଳନା କରିଥିଲେ ସ୍ବେଚ୍ଛାସେବୀ ଆଶିଷ କୁମାର ସାହୁ। ବିଶ୍ଵବିଦ୍ୟାଳୟର ଜାତୀୟ ସେବା ଯୋଜନା ଅଧିକାରୀ ଡ.ଶର୍ମିଷ୍ଠା ମହାପାତ୍ର ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ। ସ୍ନାତକୋତ୍ତର ପରିଷଦର ଅଧ୍ଯକ୍ଷ ଡ.ପ୍ରଦ୍ୟୁମ୍ନ କୁମାର ମିଶ୍ର ଏହି ସଭାରେ ସଭାପତିତ୍ବ କରିଥିଲେ। ଓଡ଼ିଆ ବିଶ୍ୱବିଦ୍ୟାଳୟର ଶୈକ୍ଷିକ ବ୍ୟାପାରର ଡିନ୍ ଲିପିକା ନାୟକ ଏହି ସଭାରେ ମୁଖ୍ୟବକ୍ତା ଭାବରେ ଯୋଗ ଦେଇଥିଲେ।

କୁଳସଚିବ ତାଙ୍କ ଅଭିଭାଷଣରେ ସ୍ବେଚ୍ଛାସେବୀମାନଙ୍କୁ ଗାନ୍ଧୀ, ମଦର ଟେରେସା ଓ ଗୋପବନ୍ଧୁଙ୍କ ଭଳି ସେବା ମନୋବୃତ୍ତି ରଖି ଆଗକୁ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ଏହି ସ୍ବତନ୍ତ୍ର ଶିବିରରେ ବିଶ୍ଵବିଦ୍ୟାଳୟର ସମସ୍ତ ବିଭାଗର ଅଧ୍ୟାପକ,ଅଧ୍ୟାପିକାମାନେ ଯୋଗ ଦେଇଥିଲେ। ଅଧିବେଶନରେ ଓଡ଼ିଶା ରାଜ୍ୟ ଜାତୀୟ ସେବା ଯୋଜନା ପ୍ରଶିକ୍ଷକ ନିରଦବରଣ ଖୁଣ୍ଟିଆ ବିଶେଷଜ୍ଞ ଭାବରେ ଯୋଗଦେଇ ସେଚ୍ଛାସେବୀମାନଙ୍କୁ ଜାତୀୟ ସେବା ଯୋଜନାର ଉଦ୍ଦେଶ୍ୟ ଓ ଏହାର କାର୍ଯ୍ୟାବଳୀ ଉପରେ ବିଭିନ୍ନ ପରାମର୍ଶ ଦେଇଥିଲେ।

ସେଚ୍ଛାସେବୀ ହେବାର ଆବଶ୍ୟକତା ଓ ସ୍ୱାତନ୍ତ୍ର୍ୟତା ବିଷୟରେ ଆଲୋଚନା ସହିତ ବିଭିନ୍ନ ଉଦାହରଣ ମାଧ୍ୟମରେ ସେବା କରିବାର ପ୍ରଣାଳୀକୁ ବୁଝାଇଥିଲେ । ସନ୍ଧ୍ୟାସମୟ ରେ ସ୍ବେଚ୍ଛାସେବୀମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଡ. ଜୟନ୍ତ କୁମାର ପରିଡ଼ା ଏହି ସାଂସ୍କୃତିକ କାର୍ଯ୍ୟକ୍ରମର ସଂଯୋଜକ ଭାବରେ ଦାୟିତ୍ବ ତୁଲାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

June 28, 2026
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version