ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସହରରେ ଏକ ଲଜ୍ଜ୍ୟା ଜନକ ଘଟଣା ଘଟିଛି । ଜଣେ ଦଶ ବର୍ଷୀୟ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରି ଜଣେ ୩୫ ବର୍ଷୀୟ ଯୁବକ ଗିରଫ ହୋଇଥିବାର ଜଣାପଡିଛି । ସହରର ଜଙ୍ଗମ ସାହି ରେ ଏପରି ଲଜ୍ଜ୍ୟା ଘଟଣା ଘଟିଛି। ପାରଳାଖେମୁଣ୍ଡି ଆଦର୍ଶ ଥାନା ପୁଲିସ ସୂତ୍ରରୁ ପ୍ରକାଶ ଯେ, ସୋମବାର ଦିନ ନାବାଳିକାଙ୍କ ମାତା ପିତା ଉଭୟ ଦମ୍ପତି କାମକୁ ଯାଇଥିଲେ । ଏହି ସମୟରେ ଝିଅଟିଏ ଏକୁଟିଆ ରହି ଘରେ ଖେଳୁଥିଲା ।















