ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତ ର ନୁଆସାହି ସ୍ଥିତ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ କର୍ମଶାଳା ମିଡିଆକିଆ କ୍ଲଷ୍ଟର ସିଆରସିସି ଫିଲିପ କୁମାର ଦିଗାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l

ଉକ୍ତ କର୍ମଶାଳାରେ ବାଲିଗୁଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି କର୍ମଶାଳାର ଉଦ୍ଦେଶ୍ୟ ଓ ମହତ୍ୱ ସମ୍ପର୍କରେ ଅଭିଭାଷଣ ରଖିଥିଲେ l ଏଥିରେ ସାଧନ କର୍ମୀ ଶ୍ରୀମତୀ ଗାୟତ୍ରୀ ପାଳ, ଜୟ ପ୍ରକାଶ ପ୍ରଧାନ,















