ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୮ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି l ଉକ୍ତ ଉତ୍ସବରେ ସମ୍ମାନୀତ ଅତିଥି ଭାବେ ସ୍ଥାନୀୟ ତହସିଲଦାର ଦୀପ୍ତି ପ୍ରକାଶ ବେହେରା,

ମୁଖ୍ୟବକ୍ତା ଭାବେ ସ୍ଥାନୀୟ ବ୍ଲକ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ପରିଚାଳନା ସମିତିର ଉପସଭାପତି ଡାକ୍ତର ବିଚିତ୍ରା ନନ୍ଦ ଆଚାର୍ଯ୍ୟ, ସମ୍ପାଦକ ଶେକ ସାଦିକ ଓ ବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଉପସ୍ଥିତ ରେ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ପୁଷ୍ପ ମାଲ୍ୟାର୍ପଣ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l
ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ରଶ୍ମିପ୍ରଭା ଦାସ ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ l ପୂର୍ବରୁ ଅନୁଷ୍ଠିତ ହୋଇଯାଇଥିବା ବିଭିନ୍ନ ପ୍ରତିଯୋଗିତାରକୃତି ଛାତ୍ର ଛାତ୍ରୀଙ୍କୁ ଅତିଥି ଙ୍କ ଦ୍ୱାରା ପୁରସ୍କାର ବିତରଣ କରାଯାଇଥିଲା l

















