ବେଲପଡ଼ା/କଣ୍ଟାବାଞ୍ଜି (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ସ୍ଥାନୀୟ ପି.ଏମ୍. ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, କଣ୍ଟାବାଞ୍ଜି ପରିସରରେ ବାର୍ଷିକ କ୍ରୀଡ଼ା ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ଅଶୋକ ତରିଆଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ତୁରେକେଲା ବ୍ଲକ୍ ଶିକ୍ଷା ଅଧିକାରୀ ଶ୍ରୀ ଗୌତମ ପଟେଲ୍ ଯୋଗଦେଇ କ୍ରୀଡ଼ା ପତାକା ଉତ୍ତୋଳନ ପୂର୍ବକ ଉତ୍ସବକୁ ଉଦ୍ଘାଟନ କରିଥିଲେ ।

ଏହି ଅବସରରେ ସମ୍ମାନିତ ଅତିଥି ଭାବେ ତୁରେକେଲା ଅତିରିକ୍ତ ଶିକ୍ଷା ଅଧିକାରୀ ଶ୍ରୀ ଫକିର ଚରଣ ବିଶି, କଣ୍ଟାବାଞ୍ଜି ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀ ଦିନେଶ ମହାନନ୍ଦ, ତୁରେକେଲା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ଶଙ୍କର ନାଗ, ଶିଶୁ ରୋଗ ବିଶେଷଜ୍ଞ ଡକ୍ଟର ରାମ, ପୁରାତନ ଛାତ୍ରୀ ସଂସଦର ସଭାପତି ସିମ୍ରନ କୌର ଏବଂ ଅନୁଭବୀ ବିଜ୍ଞାନ ଶିକ୍ଷକ ଶ୍ରୀ ରାଜେଶ କୁମାର ସିଂହ ଦେଓ ପ୍ରମୁଖ ମଞ୍ଚାସୀନ ରହି ଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ।















