ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ନିରାପଦ ଇଣ୍ଟରନେଟ୍ ଦିବସ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଉପ-ଜିଲ୍ଲାପାଳଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଓ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ । ଏହି ଅବସରରେ ଚଳିତ ବର୍ଷର ବିଷୟବସ୍ତୁ ସ୍ମାର୍ଟ ଟେକ୍, ସେଫ୍ ଚଇସେସ୍- ଏକପ୍ଲରିଙ୍ଗ ଦ ସେଫ୍ ଏଣ୍ଡ ରେସ୍ପନସିବଲ୍ ୟୁଜ୍ ଅଫ୍ ଏଆଇ ଉପରେ ଗୁରୁତ୍ୱାରୋପ କରାଯାଇଥିଲା ।















