ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ନୁଆସାହି ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (କେ ଜି ବି ଭି)ର ବାର୍ଷିକୋତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ର ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ପରିବେଷଣ ପରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ରେଣୁକାବତୀ ସାହାଣୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ର ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ,

ମୁଖ୍ୟ ବକ୍ତା ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ, ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ସୁଜିତ କୁମାର ପାତ୍ର, ଜଳନ୍ଧର ପାତ୍ର, ମାନସ ରଞ୍ଜନ ଆମାୟତ ମୃତ୍ୟୁଞ୍ଜୟ ପ୍ରଧାନୀ, ସି ଆର ସି ଗାୟତ୍ରୀ ପାଳ ପ୍ରମୁଖ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଉପସ୍ଥିତ ଛାତ୍ରୀ ମାନଙ୍କୁ ଶିକ୍ଷା ମାଧ୍ୟମରେ ଜଣେ ଉତ୍ତମ ବ୍ୟକ୍ତିତ୍ଵ ହାସଲ କରିପାରିବ,















