ବେଲପଡ଼ା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) କଣ୍ଟାବାଞ୍ଜି :- ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ସ୍ଥିତ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ରାଷ୍ଟ୍ରୀୟ ବାଲ୍ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ (RBSK) ପକ୍ଷରୁ ଏକ ସ୍ୱାସ୍ଥ୍ୟ ସ୍କ୍ରିନିଂ ଓ ରକ୍ତହୀନତା ପରୀକ୍ଷା ଶିବିର ସଫଳତାର ସହ ସମ୍ପନ୍ନ ହୋଇଯାଇଛି। ତୁରେକେଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର MHT-1 ଟିମ୍ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।















