ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଟାଉନ ରେ ଥିବା ଅଗ୍ରଣୀ ଶିକ୍ଷାନୁଷ୍ଠାନ ଶିକ୍ଷାନିକେତନର ୨୨ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହା ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି । ଏହି ଅବସରରେ ବାଲିଗୁଡ଼ା ଏସଡିପିଓ ସୁଭମ୍ ଭୋଷଲେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜଗତର ନାଥ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତି ନିକଟରେ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।

ଶିକ୍ଷା ସର୍ବଶ୍ରେଷ୍ଠ , ଏଣୁ ଶିକ୍ଷାକୁ ଗୁରୁତ୍ୱ ଦେଇ ଆଗକୁ ବଢ଼ିବା ଆବଶ୍ୟକ ବୋଲି ନିଜ ଅଭିଭାଷଣରେ କହିବା ସହ ବିଦ୍ୟାଳୟର କୁନିକୁନି ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି । ସମ୍ମାନୀତ ଅତିଥି ଭାବେ ବିଜେପି ଜିଲ୍ଲା ସଭାପତି ପଣ୍ଡିତ ବିଶିମାଝୀ, ଶାନ୍ତିମୈତ୍ରୀ ଅନୁଷ୍ଠାନର ପ୍ରତିଷ୍ଠାତା ଭଗବାନ ଜେନା, ବିଦ୍ୟାଳୟର ଉପଦେଷ୍ଟା ରାଜକିଶୋର ସାହୁ ପ୍ରମୁଖ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମ ଆରମ୍ଭରେ ବିଦ୍ୟାଳୟର ସମ୍ପାଦିକା ରେଖାରାଣୀ ମହାପାତ୍ର ବାର୍ଷିକ ବିବରଣୀ ପଠନ କରିଥିଲେ ।















