• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟ ସରକାରଙ୍କ ଚାଷୀ ମାରଣ ନୀତି ବିରୋଧରେ ଆସନ୍ତାକାଲି ବିଜେଡିର ବିଶାଳ ବିକ୍ଷୋଭ

Proprietor Abhimanyu Maharana by Proprietor Abhimanyu Maharana
February 23, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ରାଜ୍ୟ ସରକାରଙ୍କ ଚାଷୀ ମାରଣ ନୀତି ବିରୋଧରେ ଆସନ୍ତାକାଲି ବିଜେଡିର ବିଶାଳ ବିକ୍ଷୋଭ
Share on FacebookShare on TwitterWhatsapp

ଧାନ ସଂଗ୍ରହରେ ଅବ୍ୟବସ୍ଥା , ଆଇନ ଶୃଙ୍ଖଳା ଓ ମହିଳା ସୁରକ୍ଷା ବିପର୍ଯ୍ୟସ୍ତକୁ ନେଇ ବିକ୍ଷୋଭ ସମୁଦାୟ ଧାନ ଉତ୍ପାଦନର ମାତ୍ର ୩୧% ଧାନ ସଂଗ୍ରହ ହୋଇଛି ସରକାର ଉତ୍ତର ଦେବା ପରିବର୍ତ୍ତେ ମିଛ ସଫଳତା ବଖାଣୁଛନ୍ତି l

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ରାଜ୍ୟରେ ଧାନ ସଂଗ୍ରହ ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ବିପର୍ଯ୍ୟସ୍ତ ହୋଇପଡିଛି ଯେଉଁଥିପାଇଁ ରାଜ୍ୟର ଚାଷୀକୁଳ ହତାଶ ହୋଇପଡିଛନ୍ତି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିବା ସହିତ ଆସନ୍ତାକାଲି ବିଜୁ ଜନତା ଦଳ ତରଫରୁ ରାଜଧାନୀ ଭୁବନେଶ୍ୱରର ଲୋୟର ପିଏମ୍ଜି ଠାରେ ଏକ ବିଶାଳ ବିକ୍ଷୋଭ କାର୍ଯ୍ୟକ୍ରମ ଆୟୋଜନ ହେବ ବୋଲି ଦଳ ତରଫରୁ ଆଜି ସୂଚନା ଦିଆଯାଇଛି । ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ବିଧାନସଭାରେ ବିରୋଧୀ ଦଳର ଉପନେତା ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ଦଳର ବରିଷ୍ଠ ଉପସଭାପତି ଶ୍ରୀ ଦେବୀ ପ୍ରସାଦ ମିଶ୍ର, ଦଳର ଉପସଭାପତି ଶ୍ରୀ ସଞ୍ଜୟ କୁମାର ଦାସବର୍ମା, ରାଜ୍ୟରେ ଧାନ ସଂଗ୍ରହ ବ୍ୟବସ୍ଥା ସହିତ ରାଜ୍ୟର ଆଇନ ଶୃଙ୍ଖଳା ବ୍ୟବସ୍ଥା ଓ ମହିଳା ସୁରକ୍ଷା ବିପର୍ଯ୍ୟସ୍ତ ହୋଇପଡିଛି ବୋଲି ଅଭିଯୋଗ କରିଥିଲେ ।

ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ କହିଥିଲେ, ଚଳିତ ବର୍ଷ ରାଜ୍ୟରେ ଧାନ ସଂଗ୍ରହ କାର୍ଯ୍ୟକ୍ରମ ପ୍ରଥମ ଦିନରୁ ଅବ୍ୟବସ୍ଥା ଲାଗି ରହିଛି । ଧାନ ସଂଗ୍ରହ ପାଇଁ ପଞ୍ଜିକରଣ, ଟୋକନ ବିତରଣ, ମଣ୍ଡିରେ ଧାନ ସଂଗ୍ରହ ବ୍ୟବସ୍ଥା, କଟନୀ ଛଟନୀ ଇତ୍ୟାଦି ରାଜ୍ୟର ଚାଷୀ ମାନଙ୍କୁ ନାହିଁ ନଥିବା ଅସୁବିଧାରେ ପକାଇଛି । ରାଜ୍ୟର ପ୍ରତିଟି ବ୍ଲକରେ ଓ ଜିଲ୍ଲାରେ ଚାଷୀ ମାନେ ରାଜରାସ୍ତାକୁ ଓହ୍ଲାଉଥିବା ଖବର ଗଣମାଧ୍ୟମରେ ଶିରୋନାମା ପାଲଟୁଛି । କିନ୍ତୁ ରାଜ୍ୟ ସରକାର ଚାଷୀ ମାନଙ୍କ ସମସ୍ୟାକୁ ଗ୍ରହଣ କରିବା ପାଇଁ ପ୍ରସ୍ତୁତ ନାହାନ୍ତି ।

ଧାନ ସଂଗ୍ରହ କାର୍ଯ୍ୟ ସୁରୁଖୁରୁରେ ଚାଲିଛି ବୋଲି କହି ସରକାର ନିଜ ପିଠି ନିଜେ ଥାପୁଡ଼େଉଛନ୍ତି । କିନ୍ତୁ ସରକାରୀ ତଥ୍ୟ ରାଜ୍ୟ ସରକାରଙ୍କ ଦାବିକୁ ଡାହା ମିଛ ବୋଲି ପ୍ରମାଣିତ କରୁଛି । ଶ୍ରୀ ଆଚାର୍ଯ୍ୟ କହିଥିଲେ, ସରକାରୀ ତଥ୍ୟ ଅନୁଯାୟୀ ଚଳିତ ବର୍ଷ ରାଜ୍ୟରେ ୧୯,୬୬,୧୮୧ ଜଣ ଚାଷୀ ପଞ୍ଜିକରଣ କରିଥିଲେ । ଏମାନଙ୍କ ଭିତରୁ ପ୍ରାୟ ଦେଢ଼ ଲକ୍ଷ ଚାଷୀଙ୍କ ପଞ୍ଜିକରଣକୁ ବିଭିନ୍ନ କାରଣ ଦର୍ଶାଇ ସରକାର ରଦ୍ଦ କରିଦେଇଥିଲେ । ରାଜ୍ୟରେ ଚଳିତ ବର୍ଷ ସମୁଦାୟ ୧୯୩.୦୬ ଲକ୍ଷ ମେଟ୍ରିକ ଟନ ଧାନ ଉତ୍ପାଦନ ହୋଇଥିବା ବେଳେ ଏବେ ସୁଦ୍ଧା ମାତ୍ର ୬୦.୦୯ ଲକ୍ଷ ମେଟ୍ରିକ ଟନ ଧାନ କିଣା ହୋଇପାରିଛି, ଯାହା ସମୁଦାୟ ଧାନର ମାତ୍ର ୩୧ ପ୍ରତିଶତ ।

ଚଳିତ ବର୍ଷ ଖରିଫ ଧାନ ସଂଗ୍ରହ ପାଇଁ ଲକ୍ଷ୍ୟ ରଖିଛନ୍ତି । ଏଠାରେ ପ୍ରଶ୍ନ ଉଠେ ଯେ, ବାକି ଧାନକୁ ନେଇ ଚାଷୀ କ’ଣ କରିବେ ? ଏହାଛଡା ଚଳିତ ବର୍ଷ ଏମଏସପିରେ ୬୯ ଟଙ୍କା ବୃଦ୍ଧି ପାଇଥିବା ବେଳେ ଏହାକୁ ସରକାର ଦେଉନାହାନ୍ତି । ଧାନ ସଂଗ୍ରହ ପରେ ୪୮ ଘଣ୍ଟା ଭିତରେ ଚାଷୀଙ୍କ ଆକାଉଣ୍ଟକୁ ବିକ୍ରି ମୂଲ୍ୟ ଯିବା କଥା କିନ୍ତୁ, ଏହା ପନ୍ଦର କୋଡିଏ ଦିନ ପର୍ଯ୍ୟନ୍ତ ଯାଇପାରୁନାହିଁ । ରାଜ୍ୟର ଚାଷୀ ସମୁଦାୟକୁ ବିଭିନ୍ନ ପ୍ରତିଶ୍ରୁତିରେ ପୋତି ପକାଇ ତାଙ୍କ ଭୋଟ ହାତେଇବା ପରେ ଏବେ ଚାଷୀ ମାରଣ ନୀତି ଆପଣେଇଛନ୍ତି । ତେଣୁ ଏହି ନୀତି ବିରୋଧରେ ବିଜୁ ଜନତା ଦଳ ତରଫରୁ ଆସନ୍ତାକାଲି ଏକ ବିଶାଳ ବିକ୍ଷୋଭ ଆୟୋଜନ କରାଯିବ ।

ଶ୍ରୀ ଦେବୀ ପ୍ରସାଦ ମିଶ୍ର କହିଥିଲେ, ବିଜେଡି ସଭାପତିଙ୍କ ନିଦେ୍ର୍ଦଶକ୍ରମେ, ଫେବୃଆରୀ ୨ ତାରିଖରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଚାଷୀମାନଙ୍କୁ ନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇ ଆସୁଛି । ଆସନ୍ତାକାଲି ରାଜଧାନୀ ଭୁବନେଶ୍ୱରର ଲୋୟର ପିଏମଜି ଠାରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯିବ । ରାଜ୍ୟରେ ଧାନ ସଂଗ୍ରହରେ ଅବ୍ୟବସ୍ଥା ବ୍ୟତୀତ ରାଜ୍ୟର ଆଇନ ଶୃଙ୍ଖଳା ଓ ମହିଳା ସୁରକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି । ଏହିସବୁ ପ୍ରସଙ୍ଗକୁ ନେଇ ରାଜ୍ୟ ବିଜେପି ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ।

ଶ୍ରୀ ସଞ୍ଜୟ କୁମାର ଦାସବର୍ମା କହିଥିଲେ, ଗତ ନିର୍ବାଚନରେ ବିନା କଟନୀ ଛଟନୀରେ ଏମଏସପି ଉପରେ ୮୦୦ ଟଙ୍କାର ଇନପୁଟ ସବସିଡି ପ୍ରଦାନ କରି ଧାନ କିଣାଯିବ ବୋଲି ବିଜେପି ପ୍ରତିଶ୍ରୁତି ଦେଇଥିଲା । ରାଜ୍ୟର ଚାଷୀ ସମୁଦାୟକୁ ବିଭିନ୍ନ ପ୍ରତିଶ୍ରୁତିରେ ପୋତି ପକାଇ ତାଙ୍କ ଭୋଟ ହାତେଇବା ପରେ ଏବେ ଚାଷୀ ମାରଣ ନୀତି ଆପଣେଇଛନ୍ତି । କେବଳ ସେତିକି ନୁହେଁ, ଭାରତୀୟ ଜନତା ପାର୍ଟି ସଂକଳ୍ପ ପତ୍ରରେ ପ୍ରତିଶ୍ରୁତି ଦେଇଥିଲା ଯେ, ଚାଷୀମାନଙ୍କ ସମସ୍ତ ଧାନକୁ କ୍ରୟ କରିବ,

କିନ୍ତୁ ଏବେ ସମସ୍ତ ପ୍ରତିଶ୍ରୁତିକୁ ଭାଙ୍ଗି ୧୫୦ କ୍ୱିଣ୍ଟାଲରୁ ଅଧିକ ଧାନକୁ ଆଉ ୩୧୦୦ ଟଙ୍କାରେ କ୍ରୟ କରୁନାହାନ୍ତି । ରାଜ୍ୟର ଯୋଗାଣ ମନ୍ତ୍ରୀ, ସମବାୟ ମନ୍ତ୍ରୀ ଓ କୃଷି ମନ୍ତ୍ରୀ ଧାନ ସଂଗ୍ରହ ପ୍ରସଙ୍ଗରେ ଭିନ୍ନ ଭିନ୍ନ ମନ୍ତବ୍ୟ ଦେଉଛନ୍ତି ଓ ଚାଷୀକୁଳକୁ ଉପହାସ କରୁଛନ୍ତି । ତେଣୁ ରାଜ୍ୟର କୃଷକ ମାନଙ୍କୁ ନ୍ୟାୟ ପ୍ରଦାନ ଲକ୍ଷ୍ୟରେ ଓ ରାଜ୍ୟ ସରକାରଙ୍କ ଚାଷୀ ମାରଣ ନୀତି ବିରୋଧରେ ବିଜୁ ଜନତା ଦଳ ତରଫରୁ ଆସନ୍ତାକାଲି ଏକ ବିଶାଳ ବିକ୍ଷୋଭ ଆୟୋଜନ କରାଯିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version