ଓଡ଼ିଶା ତାଜା ନ୍ୟୁଜ (୨୫ ସେପ୍ଟେମ୍ବର ଶୁକ୍ରବାର) ଭୁବନେଶ୍ୱର, :- ରାଜ୍ୟ ଯୋଜନା ବୋର୍ଡ ଉ ପାଧ୍ୟକ୍ଷ ଶ୍ରୀ ସଂଜୟ କୁମାର ଦାସବର୍ମା ଆଜି କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଶ୍ରୀ ଦାସବର୍ମା କହିଛନ୍ତି ଯେ ସେ ଏବେ ପୃଥକବାସରେ ରହିଛନ୍ତି ।
ଏଣୁ ଆଗାମୀ ୧୫ ଦିନ ପର୍ଯ୍ୟନ୍ତ ତାଙ୍କର ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟକ୍ରମ ବାତିଲ ହୋଇଛି । ଶ୍ରୀ ଦାସବର୍ମା ନିକଟ ଅତୀତରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ ପୃଥକବାସରେ ରହିବା ପାଇଁ ଅନୁରୋଧ କରିଛନ୍ତି ।