ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଅର୍ନ୍ତଜାତୀୟ ମହିଳା ଦିବସ-୨୦୨୬ ଉପଲକ୍ଷେ ମାଲ୍ୟବନ୍ତ ହୋଷ୍ଟେଲ ପରିସରରେ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଆୟୋଜନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ବେଦବର ପ୍ରଧାନ ଓ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦାଶରଥି ସରାବୁ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଏଠାରେ ଜିଲ୍ଲାସ୍ତରୀୟ ସଂଗୀତ, ଝୋଟି, କବାଡି, ଖୋ-ଖୋ ଏବଂ ଦୌଡ଼ି ଟଣା ପ୍ରତିଯୋଗିତା ଆୟୋଜନ କରାଯାଇଥିଲା |















