ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ନୟାଗଡ଼ ବିଜୁ ଜନତା ଦଳ ପକ୍ଷରୁ ଆଜି ବ୍ଲକ ସଭା ଗୃହରେ ବିଜୁ ଜୟନ୍ତୀ ପାଳିତ ହୋଇଯାଇଛି । ନୟାଗଡ଼ ନିର୍ବାଚନ ମଣ୍ଡଳୀ ସଭାପତି ଗଙ୍ଗାଧର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଜୁ ବାବୁ ସାହାସ ଓ ଧର୍ଯ୍ୟର ପ୍ରତୀକ ଥିଲେ ବୋଲି କହିଥିଲେ । ବିଜୁ ବାବୁଙ୍କ ଆଦର୍ଶରେ ଅନୁପ୍ରାଣୀତ ବ୍ୟକ୍ତି ବିଜୁ ଜନତା ଦଳକୁ ମଜବୁତ କରିବା ଦିଗରେ କାର୍ଯ୍ୟ କରିବା ଆବଶ୍ୟକ ବୋଲି କହିଥିଲେ ।

କାର୍ଯ୍ୟକ୍ରମରେ ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ନୟାଗଡ଼ ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ନୟାଗଡ଼ ବ୍ଲକ ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ , ନୟାଗଡ଼ ପୈାର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ନୟାଗଡ଼ ବ୍ଲକ ବିଜେଡି ସଭାପତି ଭଞ୍ଜକିଶୋର ମହାପାତ୍ର, ନୟାଗଡ଼ ନଗର ସଭାପତି ଦାଶରଥି ସାହୁ, ବିଜୁ ଯୁବ ଜନତା ଦଳ ସଭାପତି ଦୁର୍ଯ୍ୟୋଧନ ବେହେରା,















