ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଆସନ୍ତା ମାର୍ଚ୍ଚ ୮ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଭାରତ ସରକାରଙ୍କ କ୍ରିଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ଅଧୀନ ମାଇଁ ଭାରତ ନୟାଗଡ଼ ଓ ସେବା ଉତ୍ସବ ସମିତି ମିଳିତ ଆନୁକୂଲ୍ୟରେ ଅସ୍ମିତା ଦିବସ ପାଳନ କରାଯିବ l ଏନେଇ ଆଜି ନୟାଗଡ଼ ଜିଲ୍ଲା ପରିଷଦ ସଭା ଗୃହ ପରିସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରାଯାଇଛି l















