• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ମାଓମୁକ୍ତ ହେବ ସମଗ୍ର କନ୍ଧମାଳ ଜିଲ୍ଲା, ଅସ୍ତ୍ରଶସ୍ତ୍ର ତ୍ୟାଗ କରି ମୁଖ୍ୟ ସ୍ରୋତକୁ ଫେରିଲେ ୧୦ ମାଓବାଦୀ

Proprietor Abhimanyu Maharana by Proprietor Abhimanyu Maharana
March 14, 2026
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ମାଓମୁକ୍ତ ହେବ ସମଗ୍ର କନ୍ଧମାଳ ଜିଲ୍ଲା, ଅସ୍ତ୍ରଶସ୍ତ୍ର ତ୍ୟାଗ କରି ମୁଖ୍ୟ ସ୍ରୋତକୁ ଫେରିଲେ ୧୦ ମାଓବାଦୀ
Share on FacebookShare on TwitterWhatsapp

କନ୍ଧମାଳ  (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ପାଖେଇ ଆସୁଛି ମାର୍ଚ୍ଚ ୩୧ ତାରିଖ। ସେପଟେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡିଶା ଗସ୍ତ ରେ ଆସି ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରି ଫେରି ଯାଇଛନ୍ତି । ଏ ନେଇ ସମଗ୍ର କନ୍ଧମାଳ ରେ ପୋଲିସ ମାଓବାଦୀ ଅପରେସନକୁ ଆହୁରି ଜୋରଦାର କରିଛି । ରାଜ୍ୟ ପୋଲିସ ଏବଂ ସୁରକ୍ଷାକର୍ମୀଙ୍କ ଲଗାତାର ପ୍ରୟାସ ଫଳରେ ମାଓବାଦୀ ସଙ୍ଗଠନକୁ ଲାଗିଛି ଶକ୍ତ ଝଟକା । ମାଓମୁକ୍ତ ହେବ କନ୍ଧମାଳ ଜିଲ୍ଲା। ଅସ୍ତ୍ରଶସ୍ତ୍ର ତ୍ୟାଗ କରି ମୁଖ୍ୟ ସ୍ରୋତକୁ ଫେରିଲେ ୧୦ ମାଓବାଦୀ ।

୪ ଜଣ ହାର୍ଡକୋର୍ ମାଓବାଦୀଙ୍କ ସହ ୧୦ ଜଣ ନକ୍ସଲ ବୁଧବାର କନ୍ଧମାଳ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ମାଓମୁକ୍ତ ଅଭିଯାନ ଦିଗରେ କନ୍ଧମାଳ ପୋଲିସ କୁ ଏକ ବଡ଼ ସଫଳତା ମିଳିଛି। ପ୍ରଥମ ଥର ପାଇଁ ଜିଲ୍ଲାରେ ଏତେ ସଂଖ୍ୟକ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଯାହାକି, କନ୍ଧମାଳ ଜିଲ୍ଲାର ମାଓବାଦୀ ସଂଗଠନର ମେରୁଦଣ୍ଡକୁ ପୁରାପୁରି ଭାଙ୍ଗି ଦେଇଛି । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ରାଜ୍ୟ କମିଟି ମେମ୍ବର ସାନୁ ପୋଟାମ ଓରଫ ନିତୁ, ଡିଭିଜନାଲ କମିଟି ମେମ୍ବର ସାନ୍ତାଏ ସଲାମ ଓରଫ ଅନୁପା, ଏରିଆ କମିଟି ମେମ୍ବର ଲକ୍ଷ୍ମୀ ମାଡଭୀ ଓରଫ ସଙ୍ଗୀତା ଏବଂ ସୁନୀଲ ତାଲେମ ଅଛନ୍ତି। ନିତୁଙ୍କ ମୁଣ୍ଡ ଉପରେ ୬୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା।

ସେହିପରି ଅନୁପାଙ୍କ ଉପରେ ୩୨ ଲକ୍ଷ, ଲକ୍ଷ୍ମୀ ଓ ସୁନୀଲଙ୍କ ମୁଣ୍ଡ ଉପରେ ୨୨ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ରହିଥିଲା। ଏମାନଙ୍କ ସହିତ ୬ ଜଣ ପାର୍ଟି ମେମ୍ବର ମଧ୍ୟ ଆତ୍ମସମର୍ପଣ କରିଛନ୍ତି। ଏ ସମସ୍ତ ନକ୍ସଲ ନିଜ ନିଜର ଅସ୍ତ୍ରଶସ୍ତ୍ର ସହିତ ଆତ୍ମସମର୍ପଣ କରିଛନ୍ତି। ସେଥି ମଧ୍ୟରେ ଦୁଇଟି ଇନସାସ, ଦୁଇଟି ଏସଏଲ ଆର, ତିନୋଟି ୩୦୩ ରାଇଫଲ୍, ୨ ସିଙ୍ଗଲ୍ ସଟ୍, ଗୋଟିଏ ୧୨ ବୋର୍ ବନ୍ଧୁକ ଏବଂ ବିପୁଳ ପରିମାଣର ଗୁଳି ସମେତ ୧୦ଟି ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିଛନ୍ତି।

ଏହି ଅସ୍ତ୍ରଶସ୍ତ୍ର ପାଇଁ ସେମାନଙ୍କୁ ପ୍ରାୟ ଦଶ ଲକ୍ଷ ଟଙ୍କା ମିଳିବ। କନ୍ଧମାଳ ଜିଲ୍ଲାର ଫୁଲବାଣୀ ସ୍ଥିତ ରିଜର୍ଭ ପୁଲିସ ପଡିଆରେ ଆୟୋଜିତ ଏକ ସମାରୋହରେ ଅତିରିକ୍ତ ଡିଜି (ଆଣ୍ଟି ନକ୍ସଲ ଅପରେସନ) ସଞ୍ଜୀବ ପଣ୍ଡା ଏହି ମାଓବାଦୀଙ୍କୁ ସମାଜର ମୂଖ୍ୟ ଧାରାକୁ ସ୍ବାଗତ କରି ସରକାରଙ୍କ ପକ୍ଷରୁ ରହିଥିବା ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି କହିଛନ୍ତି। ସୂଚନାଯୋଗ୍ୟ, କନ୍ଧମାଳ ପୁଲିସ ଆଗରେ ଏକକାଳୀନ ଏତେ ସଂଖ୍ୟକ ମାଓବାଦୀ ଆତ୍ମସମର୍ପଣ କରିବା ଏହା ପ୍ରଥମ ଘଟଣା।

ଜିଲ୍ଲାରେ ଗତ ଦିନ ମାନଙ୍କରେ ନକ୍ସଲ ବିରୋଧୀ ଅଭିଯାନରେ ପୁଲିସକୁ ମିଳିଥିବା ସଫଳତା ପାଇଁ ଏସପି ହରିଶ ବି ସିଙ୍କ ଯୋଜନାବଦ୍ଧ ଅପରେସନ ଏବଂ ଏସଓଜି ଯବାନ ଓ ସିଆରପିଏଫ ଭଳି ଅର୍ଦ୍ଧ ସାମରିକ ବାହିନୀଙ୍କ ସହଯୋଗକୁ ଏଡିଜି ଶ୍ରେୟ ଦେଇଛନ୍ତି। ଓଡ଼ିଶା ରାଜ୍ୟ ପୋଲିସର ଡିଜିପିଙ୍କ ପକ୍ଷରୁ ସକ୍ରିୟ ଥିବା ଅନ୍ୟ ମାଓବାଦୀ କ୍ୟାଡର ଏବଂ ନେତାମାନଙ୍କୁ ସମାଜର ମୁଖ୍ୟସ୍ରୋତକୁ ଫେରି ଆସିବାକୁ ଆହ୍ୱାନ ଦିଆଯାଇଛି। ଆତ୍ମସମର୍ପଣ କରୁଥିବା ମାଓବାଦୀମାନଙ୍କୁ ଓଡ଼ିଶା ସରକାରଙ୍କ ବିସ୍ତୃତ ଥଇଥାନ କାର୍ଯ୍ୟକ୍ରମ ଅଧୀନରେ ପୂର୍ଣ୍ଣ ସମର୍ଥନ ଏବଂ ସୁରକ୍ଷା ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଛି।

ଏହାଦ୍ୱାରା ସେମାନେ ଏକ ଶାନ୍ତିପୂର୍ଣ୍ଣ ଏବଂ ସମ୍ମାନଜନକ ଜୀବନ ଯାପନ କରିପାରିବେ। ଏହି ଆତ୍ମସମର୍ପଣ ପରେ କେକେବିଏନ୍ (KKBN) ଡିଭିଜନରେ ମାଓବାଦୀଙ୍କ ନେତୃତ୍ୱ ଏବଂ କାର୍ଯ୍ୟକ୍ଷମତା ବହୁଳ ଭାବରେ ଦୁର୍ବଳ ହୋଇଯାଇଛି। ସରକାରଙ୍କ ଥଇଥାନ ନୀତି ଏବଂ ସୁରକ୍ଷା ବାହିନୀର କ୍ରମାଗତ ଚାପ ଯୋଗୁଁ ନକ୍ସଲମାନେ ଅସ୍ତ୍ରଶସ୍ତ୍ର ତ୍ୟାଗ କରି ଶାନ୍ତିର ପଥ ବାଛୁଛନ୍ତି। ଆଜିର ଆୟୋଜିତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସିଆରପିଏଫ ଆଇଜି ଅମିତେନ୍ଦ୍ର ନାଥ ସିହ୍ନା, ଦକ୍ଷିଣାଞ୍ଚଳ ଆଇଜି ନିତି ଶେଖର, ଆଇଜି (ଅପରେସନ) ଦୀପକ କୁମାର, ଡିଆଇଜି ଅଖିଳେଶ୍ବର ସିଂ ପ୍ରମୁଖ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version