ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡାଙ୍କ ଚୈତ୍ର ମାସର ଦ୍ୱିତୀୟ ମଙ୍ଗଳବାର ଯାତ୍ରା ଅନୁଷ୍ଠିତ ହୋଇଯାଇଛି | ଏହି ଅବସରରେ ଦ୍ୱିତୀୟ ମଙ୍ଗଳବାର ରେ ମା’ପାଟଖଣ୍ଡା ସେବତୀ ବେଶରେ ଭକ୍ତ ଙ୍କୁ ଦର୍ଶନ ଦେଇଛନ୍ତି l ସମଗ୍ର କନ୍ଧମାଳ ଜିଲ୍ଲା ବ୍ୟତୀତ ରାଜ୍ୟର ବିଭିନ୍ନ ସ୍ଥାନରୁ ଭକ୍ତ ମାନେ ଆସି ମା ‘ଙ୍କ ଦର୍ଶନ କରିଥିଲେ |














