ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବ୍ଲକ୍ କଲୋନୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୫୩ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଗୌରୀ ଶଙ୍କର ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦୀପ କୁମାର ବାଘ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଅବସର ପ୍ରାପ୍ତ ଅଧ୍ୟକ୍ଷ ଡ.ମଧୁସୂଦନ ମହାପାତ୍ର,

ସମ୍ମାନୀତ ଅତିଥି ଭାବେ ସମ୍ଵନିତ ଶିଶୁ ବିକାଶ ଯୋଜନା ଅଧିକାରିଣୀ ଇନ୍ଦିରା ପଣ୍ଡା, ସୂପରଭାଇଜର ମଧୁସ୍ମିତା କହଁର, ପବିତ୍ର ମୋହନ ପାଢ଼ୀ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ମାଧବ ସାହୁ, ତଥା ପରିଚାଳନା କମିଟି ସଦସ୍ୟ ଗଣ ଉପସ୍ଥିତ ରହି ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏହି ଅବସରରେ ପ୍ରଥମେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଅତିଥି ମାନଙ୍କୁ ପୁଷ୍ପଗୁଛ ପ୍ରଦାନ କରି ସ୍ୱାଗତ ସଂଗୀତ ଗାନ କରି ସମ୍ବର୍ଦ୍ଧନା କରିଥିଲେ ।














