ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଆଉ ଦିନକ ପରେ ଆସୁଛି, ୧୩ ଦିନିଆ ଦଣ୍ଡଯାତ୍ରା, ଏହି ପରିପ୍ରେକ୍ଷୀରେ ଚଳିତ ମାସ ୧ ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ମା’କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡ଼ା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୭ ତମ ବାର୍ଷିକ ତେର ଶମ୍ଭୁ ମିଳନ ସମାରୋହ ଏପ୍ରିଲ ୫ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ । ଏ ନେଇ ସମସ୍ତ କାର୍ଯ୍ୟ ଶେଷ ପର୍ଯ୍ୟାୟ ରେ ପହଞ୍ଚିସାରିଛି l














