କଟକ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କଟକ ଜିଲ୍ଲା, ନିଆଳି ମହାବିଦ୍ୟାଳୟର ପ୍ରାଣୀବିଜ୍ଞାନ ବିଭାଗ ପକ୍ଷରୁ ଆଜି ସ୍ମାର୍ଟ କ୍ଲାସରୁମ୍ରେ ଅଭିଭାବକ ଓ ଶିକ୍ଷକ ସଭା (PTM) ସଫଳତାର ସହ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରାୟ ୩୧ଜଣ ଅଭିଭାବକ ଅଂଶଗ୍ରହଣ କରିଥିଲେ । କାର୍ଯ୍ୟକ୍ରମ ଆରମ୍ଭ ପୂର୍ବରୁ ଅଭିଭାବକମାନଙ୍କୁ ତିଳକ ଓ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରାଯାଇ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ବିନୋଦ ବିହାରୀ ଦାସଙ୍କ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ ଅଭିଭାବକ ମାନଙ୍କୁ ମହାବିଦ୍ୟାଳୟ ଦ୍ୱାରା ଆୟୋଜିତ ହେବାକୁ ଥିବା ସୁବର୍ଣ ଜୟନ୍ତୀକୁ ସଫଳ କରିବା ପାଇଁ ବାର୍ତ୍ତା ପ୍ରଦାନ କରିଥିଲେ ।















