ବାଲିଗୁଡା (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର) :- ରୋଗୀ ସେବା ପାଇଁ ବ୍ୟବହୃତ ହେଉଥିବା ଆମ୍ବୁଲାନ୍ସ ମାଧ୍ୟମରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି। ସୂଚନା ଅନୁସାରେ, ଏକ ଆମ୍ବୁଲାନ୍ସ ଯୋଗେ ଫୁଲବାଣୀ ପଟୁ ଭଞ୍ଜନଗର ଅଭିମୁଖେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ନେଇ ଟିକାବାଲି ଥାନା ଅଧିକାରୀ ସମୀର କୁମାର ବେହେରା କୌଣସି ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଥିଲେ।














