ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ୱାର୍ଡ ନମ୍ବର ୫୪ ରାମେଶ୍ୱରପାଟଣା ଠାରେ ରାମେଶ୍ୱର ଉନ୍ନୟନ ପରିଷଦ ଆନୁକୁଲ୍ୟରେ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ରାମେଶ୍ୱରପାଟଣା ବାସିନ୍ଦା ତଥା ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ସୁରେଶ କୁମାର ରାଉତରାୟ, କର୍ପୋରେଟର ଶିବ ବେହେରାଙ୍କ ସହିତ ସାହିର ପ୍ରାୟ ୪୦ ଜଣ ବରିଷ୍ଠ ସଦସ୍ୟମାନେ ଯୋଗ ଦେଇଥିଲେ ।















