ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ଜିଲ୍ଲା ପ୍ରଶାସନ,ଗଜପତି ଏବଂ ଭାରତୀୟ ରେଡ୍କ୍ରସ ସମିତି,ଜିଲ୍ଲା ଶାଖାର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ ପାଳନ ଅବସରରେ ଜିଲ୍ଲା ସ୍ତରୀୟ ସ୍ବେଚ୍ଛାକୃତ ରକ୍ତଦାନ ଶିବିର, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରକ୍ତ ଭଣ୍ଡାର ଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶୁଭ ଉଦଘାଟନ କରିଥିଲେ।

ଉକ୍ତ ଶିବିରରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା,ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ,ଅବକାରୀ ଅଧୀକ୍ଷକ, ଗଜପତି ଶ୍ରୀ ପ୍ରଦୀପ ସାହୁ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ରକ୍ତଦାନ କରିଥିଲେ। ଆଜି ମୋଟ ୩୮ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି।














