ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- କିଟ୍ ପରିସରରେ ଓଡ଼ିଆ ନୂଆବର୍ଷ ଆଜି ମହା ସମାରୋହରେ ପାଳିତ ହୋଇଯାଇଛି । ଏଥିରେ ଯୋଗଦେଇଥିଲେ ୬୧ତମ ଫେମିନା ମିସ୍ ଇଣ୍ଡିଆ ପ୍ରତିଯୋଗିତାର ୩୦ ଜଣ ରାଜ୍ୟ ପ୍ରତିଯୋଗୀ । ବିଭିନ୍ନ ରାଜ୍ୟରୁ ଆସିଥିବା ଏହି ପ୍ରତିଯୋଗୀମାନେ ଖୁବ୍ ଧୁମ୍ଧାମ୍ ରେ ଉତ୍ସାହର ସହ ଓଡ଼ିଆ ନୂଆବର୍ଷ ପାଳନ କରିଥିଲେ । ଓଡ଼ିଶାର ପ୍ରସିଦ୍ଧ ପାଟ ଶାଢ଼ି ପିନ୍ଧି ଓଡ଼ିଆ ଖାଦ୍ୟ ସାଙ୍ଗକୁ ଓଡ଼ିଶାର ପାରମ୍ପରିକ ମିଠା ଛେନାପୋଡ଼ର ମଜା ନେଇଥିଲେ ।















