ଫୁଲବାଣୀ (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- କନ୍ଧମାଳ ଲୋକ ମହୋତ୍ସବ ଓ ବାଣିଜ୍ୟ ମେଳା ୨୦୨୬ ର ୭ମ ଦିନ ସଂଧ୍ୟାରେ ମୁଖ୍ୟ ଅତିଥି ଭାବେଚକାପାଦ ବ୍ଲକ ବିଡ଼ିଓ ହୃଦୟ ରଞ୍ଜନ ସାହୁ ଯୋଗ ଦେଇ କନ୍ଧମାଳ ଜିଲ୍ଲା ର କଳା ସଂସ୍କୃତି ପରମ୍ପରା ସହ ବାଣିଜ୍ୟର ପ୍ରଚାର ପ୍ରସାର ପାଇଁ ଅନୁଷ୍ଠିତ ଏହି ଲୋକ ଉତ୍ସବ ଓ ବାଣିଜ୍ୟ ମେଳା ର ସଫଳତା କାମନା କରିବା ସହ ଆୟୋଜକ ମାନଙ୍କୁ ଧନ୍ୟବାଦ୍ ଜଣାଇଥିଲେ l

ଗତ ବର୍ଷ ମଧ୍ଯ ଏହି ମେଳl କୁଆସିଥିଲି ତେବେ ଏହିବର୍ଷ ଗତ ଥର ଅପେକ୍ଷା ଅଧିକ ସୁନ୍ଦର ଓ ଆକର୍ଷଣୀୟ ହୋଇଥିବା ମୁଖ୍ୟ ଅତିଥି ବିଡ଼ିଓ ସାହୁ କହିଥିଲେ l ସେହିପରି ସମ୍ମାନୀତ ଅତିଥି ଭାବେ ଫୁଲବାଣୀ ବନ ଖଣ୍ଡ ଏ ସି ଏଫ୍ ଶ୍ୱେତ ଲୀନା ସାହୂ ଖଜୁରିପଡା ତହସିଲ ଦାର ସୁଶ୍ରୀ ଶୁଭ ଶ୍ରୀ ରଥ, ବାଣିଜ୍ୟ ମେଳା ର ଅଧ୍ୟକ୍ଷ ତଥା ବରିଷ୍ଠ ସାମ୍ବାଦିକ ସୁନୀଲ ପଟ୍ଟନାୟକ ,

କାର୍ଯ୍ୟ କାରୀ ଅଧ୍ୟକ୍ଷ ରାଧାମୋହନ ମହାପାତ୍ର,ଉପ ସଭାପତି ସୁଜିତ କୁମାର ବେହେରା, ନୀଳ ମାଧବ ମିଶ୍ର, ମହମ୍ମଦ ଚୀଷ୍ଟି ପ୍ରମୁଖ ଯୋଗ ଦେଇ ଥିଲେ l ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ଙ୍କୁ ଆୟୋଜନ କମିଟି ପକ୍ଷରୁ ପୁଷ୍ପ ଗୁଚ୍ଛ, ଉପଢ଼ୌକନ ଓ ସ୍ମାରକୀ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା l ଅନ୍ୟ ମାନଙ୍କ ମଧ୍ୟରେ ସୋନ୍ତଶ କୁମାର ବେହେରା, ଅନିତା ପଟନାୟକ, ରଞ୍ଜିତ ବେହେରା,ପ୍ରମୁଖ ସହଯୋଗ କରିଥିଲେ l















