ବାଲିଗୁଡା (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡାଙ୍କ ମନ୍ଦିର ପରିସରରେ ମହାବିଷୁବ ସଂକ୍ରାନ୍ତି ଉତ୍ସବ ମହାସମାରୋହ ରେ ପାଳିତ ହୋଇଯାଇଛି l ଏହି ଅବସରରେ ମା’ପାଟଖଣ୍ଡା ସେବତୀ ବେଶରେ ଭକ୍ତ ଙ୍କୁ ଦର୍ଶନ ଦେଇଛନ୍ତି l ସମଗ୍ର କନ୍ଧମାଳ ଜିଲ୍ଲା ବ୍ୟତୀତ ରାଜ୍ୟର ବିଭିନ୍ନ ସ୍ଥାନରୁ ଭକ୍ତ ମାନେ ଆସି ମା ‘ଙ୍କ ଦର୍ଶନ କରିଥିଲେ l














