ବାଲିଗୁଡା (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକର ବିଭିନ୍ନ ଦୁର୍ଗମ ତଥା ଅପହଞ୍ଚ ଅଞ୍ଚଳରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ । ସରକାରୀ ଯୋଜନାର ସୁଫଳ ରୂପାୟନ ଯେପରି ଶେଷ ସୀମାରେ ଥିବା ଲୋକଙ୍କ ପାଖରେ ପହଞ୍ଚିପାରିବ, ସେଥିପାଇଁ ଜିଲ୍ଲାପାଳ ନିଜେ ବିଭିନ୍ନ ପଞ୍ଚାୟତ ପରିଦର୍ଶନ କରି କାର୍ଯ୍ୟର ମାନ ଓ ଅଗ୍ରଗତି ଅନୁଧ୍ୟାନ କରିଛନ୍ତି ।














