• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଥମ ଥର ପାଇଁ କଟକର ଧାନ ଗବେଷଣା କେନ୍ଦ୍ରରେ ଧାନ ବୁଣିଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
April 21, 2026
in ଓଡ଼ିଶା, କଟକ, ହୋମ୍
0
ପ୍ରଥମ ଥର ପାଇଁ କଟକର ଧାନ ଗବେଷଣା କେନ୍ଦ୍ରରେ ଧାନ ବୁଣିଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

କଟକ (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ପବିତ୍ର ଅକ୍ଷୟ ତୃତୀୟା ଓ ରାଜ୍ୟସ୍ତରୀୟ କୃଷକ ଦିବସ ଅବସରରେ କଟକ ସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ର ଠାରେ ଆୟୋଜିତ ଭବ୍ୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର କୃଷକମାନଙ୍କ ପାଇଁ ଅନେକ ବଡ଼ ଘୋଷଣା କରିଛନ୍ତି। ଏହି ଅବସରରେ ସେ ୪୧,୬୮, ୫୮୨ ଜଣ ଚାଷୀଙ୍କୁ ସିଏମ-କିଷାନ ଯୋଜନାରେ ୮୩୮ କୋଟି ୪୮ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବା ସହ କୃଷିକୁ ଆଧୁନିକ ଓ ଲାଭଜନକ କରିବା ପାଇଁ ନୂଆ ପଦକ୍ଷେପ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ।

କଟକର ଧାନ ଗବେଷଣା କେନ୍ଦ୍ର ନିକଟରେ ଥିବା ଚାଷ ଜମିରେ ମୁଖ୍ୟମନ୍ତ୍ରୀ ଭୂମିପୂଜନ କରିବା ପରେ ଅକ୍ଷି ମୁଠି ଅନୁକୂଳ କରିଥିଲେ । ଏହାପରେ କୃଷି ପ୍ରଦର୍ଶନୀ ବୁଲି ଦେଖିବା ପରେ ‘ ଆମ ବିହନ ରଥ’ ଏବଂ ‘କୃଷି ରଥ’ର ଶୁଭାରମ୍ଭ କରିଥିଲେ। ସୂଚନାଯୋଗ୍ୟ ଯେ , କୃଷକଙ୍କୁ ସହଜରେ ଉନ୍ନତ ବିହନ ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ଆମ ବିହନ ରଥ” ବା Seeds on Wheels କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହି ଭ୍ରାମ୍ୟମାଣ ବିହନ ବିକ୍ରୟ କେନ୍ଦ୍ର ଗୁଡିକ ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲ୍ଲାର ୩୧ଟି ବ୍ଲକରେ ଚାଲୁ ହେବ। ୫ କେଜିଆ ପ୍ୟାକେଟ୍ ଆକାରରେ ନୂତନ କିସମର ଧାନ ବିହନ ଗ୍ରାମ ପଞ୍ଚାୟତ ସ୍ତରରେ ଉପଲବ୍ଧ ହେବ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସମସ୍ତ କୃଷକ ଭାଇ ଓ ଭଉଣୀଙ୍କୁ ଅକ୍ଷୟ ତୃତୀୟାର ଶୁଭେଚ୍ଛା ଜଣାଇ କହିଥିଲେ ଯେ, ଓଡ଼ିଶାର ଅର୍ଥନୀତି, ସଂସ୍କୃତି ଓ ସମୃଦ୍ଧିର ମୂଳ ଆଧାର ହେଉଛି କୃଷି। ଅକ୍ଷୟ ତୃତୀୟା ଦିନ ଚାଷୀମାନେ ଅକ୍ଷିମୁଠି ଅନୁକୂଳ କରି ନୂଆ କୃଷି ବର୍ଷର ଶୁଭାରମ୍ଭ କରୁଥିବାରୁ ଏହା ଓଡ଼ିଶାର ଗୌରବମୟ ପରମ୍ପରା ବୋଲି ସେ କହିଥିଲେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ, ୨୦୨୬ ଖରିଫ ଋତୁ ପାଇଁ ରାଜ୍ୟର ୪୧ ଲକ୍ଷ ୬୮ ହଜାର ୫୮୨ ଜଣ କୃଷକଙ୍କୁ ସିଏମ-କିଷାନ ଯୋଜନାରେ ପ୍ରାୟ ୮୩୮ କୋଟି ୪୮ ଲକ୍ଷ ଟଙ୍କା ଡିବିଟି ମାଧ୍ୟମରେ ପ୍ରଦାନ କରାଯାଇଛି।

ସେ କହିଥିଲେ ଯେ, କୃଷକଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ହେଉଛି ସରକାରଙ୍କ ପ୍ରାଥମିକତା ଏବଂ ଏହି ଯୋଜନା ତାହାର ଏକ ଉତ୍କୃଷ୍ଟ ଉଦାହରଣ। ସୂଚନାଯୋଗ୍ୟ ଯେ ଏହି ଚାଷୀମାନଙ୍କ ମଧ୍ୟରୁ ୪୧,୨୪,୨୪୧ ଜଣ ଚାଷୀ ହେଉଛନ୍ତି କ୍ଷୁଦ୍ର ଓ ନାମମାତ୍ର ଚାଷୀ। ୪୧,୦୪୯ ଜଣ ହେଉଛନ୍ତି ଭୂମି ହୀନ କୃଷକ ପରିବାରର ଚାଷୀ ଏବଂ ୩,୨୯୨ ଜଣ ହେଉଛନ୍ତି ଜନଜାତି କୃଷକ ପରିବାରର ଚାଷୀ। ନୂଆ ସରକାର କ୍ଷମତାକୁ ଆସିବା ପରେ କେବଳ ୨୨ ମାସ ମଧ୍ୟରେ ରାଜ୍ୟର କୃଷି ଅଭିବୃଦ୍ଧି ହାର ୫.୩ ପ୍ରତିଶତକୁ ପହଞ୍ଚିଛି, ଯାହା ଜାତୀୟ ହାରଠାରୁ ଅଧିକ।

ଚଳିତ ବର୍ଷ ରାଜ୍ୟରେ ୧୫୦ ଲକ୍ଷ ମେଟ୍ରିକ ଟନ୍‌ରୁ ଅଧିକ ଖାଦ୍ୟଶସ୍ୟ ଉତ୍ପାଦନ ହୋଇ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ସେ ଏହି ସଫଳତା ପାଇଁ ରାଜ୍ୟର ପ୍ରତ୍ୟେକ କୃଷକଙ୍କୁ ଅଭିନନ୍ଦନ ଜଣାଇଥିଲେ।ଚାଷୀଙ୍କ ପରିଶ୍ରମର ଯଥୋଚିତ ମୂଲ୍ୟ ଦେବା ପାଇଁ ରାଜ୍ୟ ସରକାର କ୍ୱିଣ୍ଟାଲ ପିଛା ୩୧୦୦ ଟଙ୍କାରେ ଧାନ କ୍ରୟ କରୁଥିବା ମୁଖ୍ୟମନ୍ତ୍ରୀ କହିଥିଲେ। ୨୦୨୫-୨୬ ଖରିଫ ଋତୁରେ ୧୮ ଲକ୍ଷ ୫୫ ହଜାର ୬୬୧ ଜଣ ଚାଷୀଙ୍କ ଠାରୁ ୭୬.୪୭ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ କରାଯାଇଛି। ଏଥିପାଇଁ ୫,୫୮୯ କୋଟି ୯୮ ଲକ୍ଷ ଟଙ୍କା ଇନ୍‌ପୁଟ ସହାୟତା ଦିଆଯାଇଛି।

କୃଷି ବିଦ୍ୟାନିଧି ଛାତ୍ରବୃତ୍ତି ଯୋଜନା ମାଧ୍ୟମରେ କୃଷକ ପରିବାରର ପିଲାମାନଙ୍କୁ ବୈଷୟିକ ଓ ବୃତ୍ତିଗତ ଶିକ୍ଷା ପାଇଁ ସହାୟତା ଦିଆଯାଉଛି। ୨୦୨୫-୨୬ ଶିକ୍ଷାବର୍ଷରେ ୬୮ ହଜାର ୯୧୦ ଜଣ ଛାତ୍ରଛାତ୍ରୀଙ୍କୁ ୨୯୧ କୋଟି ୬୦ ଲକ୍ଷ ଟଙ୍କାରୁ ଅଧିକ ସହାୟତା ମିଳିଛି। ରାଜ୍ୟ ସରକାର “ବଳଭଦ୍ର ଜୈବିକ ଚାଷ ମିଶନ” ମାଧ୍ୟମରେ ଜୈବିକ ଚାଷକୁ ପ୍ରୋତ୍ସାହନ ଦେଉଛନ୍ତି। ସେହିପରି ଓଡ଼ିଶାର ପାରମ୍ପରିକ ମାଣ୍ଡିଆକୁ ବିଶ୍ୱ ମଞ୍ଚରେ ପହଞ୍ଚାଇବା ପାଇଁ ଶ୍ରୀ ଅନ୍ନ ଅଭିଯାନକୁ ଆହୁରି ଜୋରଦାର କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସମୃଦ୍ଧ ଓଡ଼ିଶା ଗଢ଼ିବାରେ କୃଷକମାନେ ହିଁ ପ୍ରକୃତ ସାରଥୀ। ରାଜ୍ୟ ସରକାର ସଦା ସର୍ବଦା କୃଷକଙ୍କ ସହିତ ରହିବ ଏବଂ ଆଗାମୀ ଦିନରେ କୃଷିକୁ ଅଧିକ ଲାଭଜନକ, ଆଧୁନିକ ଓ ସଶକ୍ତ କରାଯିବ ବୋଲି ସେ ଆଶ୍ୱାସନ ଦେଇଥିଲେ। ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶର କୃଷି କ୍ଷେତ୍ରରେ ଆସୁଥିବା ପରିବର୍ତ୍ତନର ଉଲ୍ଲେଖ କରିଥିଲେ। ସେ କହିଥିଲେ ଯେ, ‘ବିଜ୍ ସେ ବାଜାର’ ପରିକଳ୍ପନା ଅନୁସାରେ ମଞ୍ଜିରୁ ବଜାର ପର୍ଯ୍ୟନ୍ତ ଏକ ସମନ୍ୱିତ ବ୍ୟବସ୍ଥା ଦେଶରେ ଗଢ଼ିଉଠିଛି । ପ୍ରଧାନମନ୍ତ୍ରୀଙ୍କ ସ୍ୱପ୍ନ ହେଉଛି ଭାରତୀୟ କୃଷି ଓ କୃଷକଙ୍କୁ ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ସାମିଲ କରିବା ।

କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମନ୍ୱିତ ପ୍ରୟାସରେ ଓଡ଼ିଶାରେ ‘ଡବଲ ଇଞ୍ଜିନ’ ବିକାଶ ତ୍ୱରାନ୍ୱିତ ହୋଇଛି। କୃଷକଙ୍କ ଆୟ ବୃଦ୍ଧି ପାଇଁ ଉନ୍ନତ ବିହନ, ସଠିକ୍ ଜଳସେଚନ ଏବଂ ବଜାର ସଂଯୋଗୀକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି। କେନ୍ଦ୍ର ସରକାରଙ୍କ କୃଷି ଭିତ୍ତିଭୂମି ପାଣ୍ଠି ମାଧ୍ୟମରେ ରାଜ୍ୟରେ ଶୀତଳ ଭଣ୍ଡାର ଓ ଗୋଦାମ ଘର ନିର୍ମାଣ କାର୍ଯ୍ୟ ଗତି ପାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଗତ ବର୍ଷ ଅକ୍ଟୋବର ରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ ହୋଇଥିବା ‘ପି.ଏମ ଧନ-ଧାନ୍ୟ କୃଷି ଯୋଜନା’ରେ ଓଡ଼ିଶାର କନ୍ଧମାଳ, ମାଲକାନଗିରି, ସୁନ୍ଦରଗଡ ଓ ନୂଆପଡ଼ା ଭଳି ଚାରିଟି ଆଦିବାସୀ ଜିଲ୍ଲା ସ୍ଥାନ ପାଇଥିବାରୁ ସେ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ।

ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଥିଲେ ଯେ, ଆମ ରାଜ୍ୟର ଅର୍ଥନୀତି ଓ ପ୍ରଗତିର ମେରୁଦଣ୍ଡ ହେଉଛନ୍ତି ଆମର କୃଷକ ସମାଜ। ଆପଣମାନଙ୍କ ପରିଶ୍ରମରେ ଆମ ମାଟି ସୁଜଳା ସୁଫଳା ହୋଇଥାଏ। ଆପଣମାନଙ୍କ ସ୍ୱାର୍ଥ ରକ୍ଷା କରିବା ଏବଂ କୃଷି କାର୍ଯ୍ୟକୁ ଅଧିକ ସରଳ ଓ ସ୍ୱଚ୍ଛ କରିବା ପାଇଁ ରାଜ୍ୟ ସରକାର ସଦାସର୍ବଦା ଚେଷ୍ଟିତ। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ ସାର କ୍ରୟ କ୍ଷେତ୍ରରେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଥିଲେ। ଚାଷୀଙ୍କୁ ଅଧିକୃତ ବିକ୍ରେତାଙ୍କ ଠାରୁ ଆଧାର ଓ ଓ.ଟି.ପି ମାଧ୍ୟମରେ ନିଜ ଜମି ଓ ଫସଲ ପାଇଁ ଆବଶ୍ୟକ ପରିମାଣର ସାର କିଣନ୍ତୁ।

ସାର କିଣିବା ସମୟରେ ବିକ୍ରେତାଙ୍କୁ ପି.ଓ.ଏସ ମେସିନରୁ ବାହାରୁଥିବା ସ୍ଲିପ୍ ନିଶ୍ଚିତ ଭାବେ ମାଗନ୍ତୁ। ଏଥିରେ ଆପଣ କେଉଁ ସାର କେତେ ପରିମାଣରେ ଓ କେତେ ଦାମରେ କିଣିଲେ ତାର ସ୍ପଷ୍ଟ ସୂଚନା ରହିଥାଏ। ଆବଶ୍ୟକ ପରିମାଣର ସନ୍ତୁଳିତ ସାର ବ୍ୟବହାର କରନ୍ତୁ। ଆମ ମା’ ମାଟିକୁ ସୁରକ୍ଷିତ ରଖନ୍ତୁ। ସଚେତନ ଚାଷୀ ଭାବେ ସରକାରଙ୍କ ଏହି ସ୍ୱଚ୍ଛ ଅଭିଯାନରେ ସାମିଲ ହୋଇ ଏକ ସମୃଦ୍ଧ ଓଡ଼ିଶା ଗଠନ କରିବା ପାଇଁ ଆହ୍ୱାନ ଦେଇଛନ୍ତି । ଏହି ଅବସରରେ କଟକର ମାନ୍ୟବର ସାଂସଦ ଡଃ ଭର୍ତ୍ତୃହରି ମହତାବ,ଜଗତସିଂହପୁରର ମାନ୍ୟବର ସାଂସଦ ଶ୍ରୀ ବିଭୁପ୍ରସାଦ ତରାଇ ,

ନିଆଳିର ବିଧାୟକ ଶ୍ରୀ ଛବି ମଲ୍ଲିକ, ଚୌଦ୍ୱାର-କଟକର ବିଧାୟକ ଶ୍ରୀ ସୌଭିକ ବିଶ୍ୱାଳ, ବାଙ୍କୀ ବିଧାୟକ ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ, କଟକ ସଦର ବିଧାୟକ ଇଂ. ପ୍ରକାଶ ଚନ୍ଦ୍ର ସେଠୀ, ବାରବାଟୀ-କଟକ ବିଧାୟିକା ଇଂ. ସୋଫିଆ ଫିର୍ଦ୍ଦୋଷ, ମାହାଙ୍ଗା ବିଧାୟକ ଶ୍ରୀ ଶାରଦା ପ୍ରସାଦ ପ୍ରଧାନ ମଧ୍ୟ ଉପସ୍ଥିତ ଥିଲେ । ଏହା ସହ କଟକ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ କିଶୋର ଚନ୍ଦ୍ର ମିଶ୍ର, କୃଷି ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସଚିନ ରାମଚନ୍ଦ୍ର ଯାଦବ, କଟକ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେ ଏବଂ କେନ୍ଦ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନ (CRRI), କଟକର ନିର୍ଦ୍ଦେଶକ ଡଃ ଜି.ଏ.କେ କୁମାରଙ୍କ ପ୍ରମୁଖ ମଂଚାସୀନ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କିଡନୀ ପୀଡ଼ିତ ରୋଗୀଙ୍କୁ ସହାୟତାର ହାତ ବଢ଼ାଇଲେ ଖୋର୍ଦ୍ଧା ଜିଲ୍ଲା ବିଜେପି ଉପସଭାପତି ଓ ସାମ୍ବାଦିକ

କିଡନୀ ପୀଡ଼ିତ ରୋଗୀଙ୍କୁ ସହାୟତାର ହାତ ବଢ଼ାଇଲେ ଖୋର୍ଦ୍ଧା ଜିଲ୍ଲା ବିଜେପି ଉପସଭାପତି ଓ ସାମ୍ବାଦିକ

April 28, 2026
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କିଡନୀ ପୀଡ଼ିତ ରୋଗୀଙ୍କୁ ସହାୟତାର ହାତ ବଢ଼ାଇଲେ ଖୋର୍ଦ୍ଧା ଜିଲ୍ଲା ବିଜେପି ଉପସଭାପତି ଓ ସାମ୍ବାଦିକ

କିଡନୀ ପୀଡ଼ିତ ରୋଗୀଙ୍କୁ ସହାୟତାର ହାତ ବଢ଼ାଇଲେ ଖୋର୍ଦ୍ଧା ଜିଲ୍ଲା ବିଜେପି ଉପସଭାପତି ଓ ସାମ୍ବାଦିକ

April 28, 2026
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version