• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

Proprietor Abhimanyu Maharana by Proprietor Abhimanyu Maharana
April 29, 2026
in ଓଡ଼ିଶା, ଖୋର୍ଦ୍ଧା, ମନୋରଞ୍ଜନ, ମହାନଗର, ହୋମ୍
0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ
Share on FacebookShare on TwitterWhatsapp

ରାଜ୍ୟସ୍ତରୀୟ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ଉତ୍କଳଗୌରବ ମଧୁସୂଦନ ଦାସ ହେଉଛନ୍ତି ଓଡ଼ିଆ ଅସ୍ମିତା ଓ ସ୍ୱାଭିମାନର ମୂର୍ତ୍ତିମନ୍ତ ପ୍ରତୀକ । ସ୍ୱତନ୍ତ୍ର ଓଡ଼ିଶା ଗଠନର ମୁଖ୍ୟ ବିନ୍ଧାଣୀ ମଧୁବାବୁ ଜଣେ ଆଇନଜୀବୀ, ଶିଳ୍ପୋଦ୍ୟୋଗୀ, ସମାଜସେବୀ ଓ ସାହିତ୍ୟ-ସଂସ୍କୃତିପ୍ରାଣ ଭାବରେ କୋଟି କୋଟି ଓଡ଼ିଆଙ୍କ ହୃଦୟରେ ଚିର ଅମର ରହିବେ ବୋଲି ଅତିଥିମାନେ ମତବ୍ୟକ୍ତ କରିଛନ୍ତି । ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ମଧୁବାବୁଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହି ଅବସରରେ ମାନ୍ୟବର ବାଚସ୍ପତି କହିଥିଲେ ଯେ, ନାରୀ ସଶକ୍ତିକରଣ ଏବଂ ଓଡ଼ିଶାର କଳା ଓ ଶିଳ୍ପର ବିକାଶ କ୍ଷେତ୍ରରେ ମଧୁବାବୁଙ୍କ ଅବଦାନ ଅତୁଳନୀୟ । ନାରୀମାନଙ୍କୁ ଓକିଲାତି କରିବାର ଅଧିକାର ଓ ସମାନ ଭୋଟାଧିକାର ଦେବା ପାଇଁ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

ସେହିପରି ‘ଉତ୍କଳ ଟ୍ୟାନେରୀ’ ଓ ‘ଉତ୍କଳ ଆର୍ଟ ଓୟାର୍ସ’ ଭଳି ଶିଳ୍ପ ଅନୁଷ୍ଠାନ ମାଧ୍ୟମରେ ସେ ଓଡ଼ିଶାର ସ୍ୱଦେଶୀ କାରିଗରୀକୁ ବିଶ୍ୱ ଦରବାରରେ ପହଞ୍ଚାଇବା ସହ ଓଡ଼ିଆ ସ୍ୱାଭିମାନର ପରିଚୟ ଦେଇଥିଲେ ବୋଲି ବାଚସ୍ପତି ଉଲ୍ଲେଖ କରିଥିଲେ। ସମ୍ମାନନୀୟ ଅତିଥି ଭାବେ ଯୋଗଦେଇ ଏକାମ୍ର-ଭୁବନେଶ୍ୱର ବିଧାୟକ ଶ୍ରୀଯୁକ୍ତ ବାବୁ ସିଂ କହିଥିଲେ ଯେ, ମଧୁବାବୁଙ୍କ ଜୀବନାଦର୍ଶ ଆଜିର ଯୁବପିଢ଼ି ପାଇଁ ଶ୍ରେଷ୍ଠ ପ୍ରେରଣା । ସ୍ୱଦେଶୀ ଜ୍ଞାନକୌଶଳ ଓ କାରିଗରୀ ପ୍ରତି ତାଙ୍କର ଯେଉଁ ଅହେତୁକ ଆଗ୍ରହ ଥିଲା, ତାହା ଆଜିର ‘ଆତ୍ମନିର୍ଭର ଓଡ଼ିଶା’ ଗଠନ ପାଇଁ ପାଥେୟ ହେବା ଉଚିତ । ଜଣେ ସଫଳ ଜନନେତା ଭାବେ ସେ ନିଜ ସୁଖ-ସୁବିଧାକୁ ଜଳାଞ୍ଜଳି ଦେଇ ସମାଜର ନିଷ୍ପେଷିତ ବର୍ଗଙ୍କ ଉତ୍‌ଥାନ ପାଇଁ ସର୍ବଦା ଚେଷ୍ଟା କରୁଥିଲେ ବୋଲି ଶ୍ରୀ ସିଂ ମତବ୍ୟକ୍ତ କରିଥିଲେ ।

ମାହାଙ୍ଗା ବିଧାୟକ ଶ୍ରୀଯୁକ୍ତ ସାରଦା ପ୍ରସାଦ ପ୍ରଧାନ ମଧୁବାବୁଙ୍କ ଅତୁଳନୀୟ ତ୍ୟାଗ ଓ ସଫଳତା ସମ୍ପର୍କରେ କହିଲେ ଯେ, ସେ ସର୍ବଦା ଓଡ଼ିଶାର ସଂସ୍କୃତି, ଭାଷା ଏବଂ ଇତିହାସର ଉନ୍ନତି ପାଇଁ ନିଜକୁ ଉତ୍ସର୍ଗ କରିଥିଲେ। ଓଡ଼ିଆ ଅସ୍ମିତା ଓ ଭାଷାର ସୁରକ୍ଷା ପାଇଁ ମଧୁବାବୁ ଯେଉଁ ଲଢ଼େଇ କରିଥିଲେ, ତାହା ଆଜି ମଧ୍ୟ ଆମ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିଛି। ବିଭିନ୍ନ ବିଚ୍ଛିନ୍ନାଞ୍ଚଳକୁ ଏକତ୍ର କରି ଏକ ସ୍ୱତନ୍ତ୍ର ଭାଷାଭିତ୍ତିକ ପ୍ରଦେଶ ଗଠନ କରିବାରେ ତାଙ୍କର ଦୂରଦୃଷ୍ଟି ସାରା ବିଶ୍ୱରେ ଓଡ଼ିଆ ଜାତିର ସ୍ୱାଭିମାନକୁ ପ୍ରତିଷ୍ଠିତ କରିପାରିଛି ବୋଲି ଶ୍ରୀ ପ୍ରଧାନ ଉଲ୍ଲେଖ କରିଥିଲେ। ଏହି ସମାରୋହରେ ଓଡ଼ିଆ ଭାଷା ସାହିତ୍ୟର ଅବସରପ୍ରାପ୍ତ ପ୍ରଧ୍ୟାପକ ଡଃ ସଂଗ୍ରାମ କେଶରୀ ରାଉତ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ମଧୁବାବୁଙ୍କ ଗୌରବମୟ ଜୀବନୀ ଉପରେ ଆଲୋକପାତ କରିଥିଲେ।

ମଧୁବାବୁଙ୍କ ବହୁମୁଖୀ ଅବଦାନ ଏବଂ ସମାଜ ସଂସ୍କାର ପାଇଁ ତାଙ୍କର ନିଷ୍ଠା ଆଗାମୀ ଯୁବପିଢ଼ିକୁ ନିଶ୍ଚିତ ଭାବେ ଅନୁପ୍ରାଣିତ କରିବ ବୋଲି ଡଃ ରାଉତ ମତବ୍ୟକ୍ତ କରିଥିଲେ। ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀଯୁକ୍ତ ଅନୁଜ କୁମାର ଦାସ ପଟ୍ଟନାୟକ ସ୍ୱାଗତ ଭାଷଣ ପ୍ରଦାନ କରି ମଧୁବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ୱାନ ଦେଇଥିଲେ । କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ଅପରାହ୍ନ ୫ ଘଟିକାରେ ନିମନ୍ତ୍ରିତ କବିମାନଙ୍କ ଦ୍ଵାରା ଦେଶାତ୍ମବୋଧକ କବିତା ପାଠ ଆୟୋଜନ କରାଯାଇଥିଲା l ବିଶିଷ୍ଟ କବି ଶ୍ରୀ ରକ୍ଷକ ନାୟକଙ୍କ ପୌରହିତ୍ୟରେ ଏହି କବିତା ପାଠ ଆୟୋଜିତ ହୋଇଥିଲା ଓ ଉପସ୍ଥିତ ଦର୍ଶକମାନେ କବିତା ଉପଭୋଗ କରିବା ସହ ଦେଶପ୍ରେମରେ ଉଦବୁଦ୍ଧ ହୋଇଥିଲେ l

ମାନ୍ୟବର ବାଚସ୍ପତି କବିମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ସୂଚନା ଓ ଲୋକସମ୍ପର୍କ ବିଭାଗର ଏପରି ପ୍ରୟାସର ବହୁ ପ୍ରଶଂସା କରିଥିଲେ l ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶିକା ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ଧନ୍ୟବାଦ ଅର୍ପଣ କରିଥିବା ବେଳେ ଲୋକସମ୍ପର୍କ ଅଧିକାରୀ ରୋଜାଲିନ ସାହୁ ଏବଂ ଅଂଶୁମାନ ସାହୁ କାର୍ଯ୍ୟକ୍ରମଟିକୁ ସଂଯୋଜନା କରିଥିଲେ । ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସମ୍ପର୍କ ବିଭାଗର ଅଧିକାରୀ ଓ କର୍ମଚାରୀମାନେ, ବିଭିନ୍ନ ସାମାଜିକ ଅନୁଷ୍ଠାନର ପ୍ରତିନିଧି, ବୁଦ୍ଧିଜୀବୀ, ଗଣମାଧ୍ୟମ ପ୍ରତିନିଧି ଓ ସାଧାରଣ ଲୋକମାନେ ଯୋଗଦେଇ ମହାନ ବ୍ୟକ୍ତିତ୍ୱଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version