• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

Proprietor Abhimanyu Maharana by Proprietor Abhimanyu Maharana
May 2, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି
Share on FacebookShare on TwitterWhatsapp

ବାଲିଗୁଡା (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- କନ୍ଧମାଳ ଜିଲା ବାଲିଗୁଡା ତଥା ଏହାର ଆଖପାଖ ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ଗୁରୁବାର ରାତିରୁ ଶୁକ୍ରବାର ଭୋର ଯାଏ କାଳବୈଶାଖୀର ଭୀଷଣ ତାଣ୍ଡବ ପ୍ରଭାବରେ ଅନେକ ଗଛ ଓ ବିଜୁଳି ଖୁଣ୍ଟ ଭାଙ୍ଗିବା ସହ, ବିଜୁଳି ସରବରାହ ବିଛିନ୍ନ ହୋଇଯାଇଛି I ଅନେକ ବ୍ୟକ୍ତିଙ୍କ ଘରର ଛପର ମଧ୍ୟ ଉଡିଯାଇଛି I ଯେଉଁ ପରିମାଣରେ ବିଜୁଳି ତାର ଗୁଡିକ ଓହଳିକି ରହିଛି ବିଜୁଳି ସରବରାହ ସ୍ୱାବବିକ ହେବା ନିମନ୍ତେ ଦୀର୍ଘ ସମୟ ଲାଗିବ l

ଟାଉନ ରେ ଥିବା ବିଭିନ୍ନ କ୍ୟାବିନ ଓ ଘର ସମ୍ମୁଖରେ ଥିବା ବିଶାଳକାୟ ଗଛ ଉପୁଡ଼ି କ୍ୟାବିନ ଓ ଘର ଉପରେ ପଡିଯିବାରୁ କ୍ୟାବିନ ଓ ଘର ଭାଙ୍ଗିଯାଇଛି । ସେହିପରି ବରାଳ ଦେବୀ ମନ୍ଦିର ପରିସର ରେ ଏବଂ ବନ ବିଭାଗ ଏ ସି ଏଫ ଙ୍କ ସରକାରୀ ବାସ ଭବନ ସମ୍ମୁଖରେ ଥିବା ଏକ ବୃହତକାୟ ଗଛ ଉପୁଡ଼ି ପଡ଼ିବାରୁ ରାସ୍ତା ଅବରୋଧ ହୋଇପଡ଼ିଥିଲା । ଶୁକ୍ରବାର ସକାଳେ ଖବରପାଇ ବାଲିଗୁଡା ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି କଟର ମେଶିନ ସାହାଯ୍ୟରେ ଗଛ ଡ଼ାଳ, ଗଣ୍ଡି କାଟି ରାସ୍ତା ସଫା କରିବା ପରେ ରାସ୍ତାରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା ।

ଗୁରୁବାର ବିଳମ୍ବିତ ରାତିରୁ ଶୁକ୍ରବାର ଭୋର ପର୍ଯ୍ୟନ୍ତ ତୁହାକୁ ତୁହା ପ୍ରବଳ ବର୍ଷା ସହ ପ୍ରଚଣ୍ଡ ଘଡଘଡି ମାରିଥିଲା । ଯାହାଫଳରେ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛ ସବୁ ଭାଙ୍ଗି ରାସ୍ତା ଅବରୋଧ ହୋଇଥିବା ସହ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହୋଇପଡ଼ିଥିଲା । ବାଲିଗୁଡା ସହର ସମେତ ଆଖ ପାଖ ଗ୍ରାମାଞ୍ଚଳ ଗୁରୁବାର ସନ୍ଧ୍ୟା ଠାରୁ ଶୁକ୍ରବାର ସନ୍ଧ୍ୟା ପର୍ଯ୍ୟନ୍ତ ଅନ୍ଧାରରେ ରହିଥିଲା । ବାଲିଗୁଡା ସହର ତଥା ଆଖପାଖ ଅଞ୍ଚଳରେ ଗୁରୁବାର ଦିନ ତମାମ ପ୍ରବଳ ଖରା ହୋଇଥିବା ବେଳେ ବିଳମ୍ବିତ ସନ୍ଧ୍ୟାରେ ହଠାତ୍‌ ଆକାଶରେ କଳାମେଘ ଘୋଟି ଆସି ରାତିରେ ପ୍ରବଳ ବର୍ଷା ହୋଇଥିଲା ଏବଂ ପ୍ରବନର ବେଗ ମଧ୍ୟ ବଢିବା ସାଙ୍ଗକୁ ରାସ୍ତାଘାଟ ଶୂନଶାନ ହୋଇଯାଇଥିଲା ।

ଆଉ କେତେକ ସ୍ଥାନରେ ବଡ଼ ବଡ଼ ଗଛ ମୂଳରୁ ଉପୁଡି ପଡି ରାସ୍ତା ଉପରେ ପଡ଼ିରହିଥିଲା । ସେହିପରି କେତେକ ଗରିବ ଲୋକଙ୍କ ଝାଟି ମାଟି କୁଡିଆ ଘରର ଛପର ଉଡ଼ାଇ ନେଇଥିବା ବେଳେ ଆଉ କେତେକ ଲୋକଙ୍କ ଘର ଉପରେ ଗଛଡାଳ ଭାଙ୍ଗି ପଡିଥିବା ଜଣାପଡିଛି । ଅନ୍ୟପକ୍ଷରେ କିଛି ସ୍ଥାନରେ ବିଦ୍ୟୁତ୍‌ ତାର ଉପରେ ବୃହତକାୟ ଗଛ ସବୁ ପଡିଯିବାରୁ ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ ହୋଇପଡ଼ିଥିବା ଜଣାପଡିଛି । ପରେ ଅଗ୍ନିଶମବାହିନୀ ବିଭିନ୍ନ ରାସ୍ତା ଉପରେ ପଡିଥିବା ଗଛଗୁଡ଼ିକୁ ରାସ୍ତାରୁ ହଟାଇବା ପରେ ଯାତାୟାତ ସ୍ବାଭାବିକ ହୋଇଥିବା ଜଣାପଡିଛି । କେତେକ ଙ୍କ ଘର କାନ୍ଥ ଭାଙ୍ଗିବା ସହ ଆସବାବପତ୍ର ପବନରେ ଉଡ଼ି ନଷ୍ଟ ହୋଇଛି ।

ଶୁକ୍ରବାର ଦିନ ତମାମ ବିଦ୍ୟୁତ ବିଛିନ୍ନ ଥିବା ଯୋଗୁଁ ଜନସାଧାରଣ ତଥା ଖାଉଟି ନାହିଁ ନ ଥିବା ଅସୁବିଧା ର ସମ୍ମୁଖୀନ ହୋଇଛନ୍ତି  l ସୂଚନା ମୁତାବକ, ଗୁରୁବାର ସନ୍ଧ୍ୟାରେ ଜୋର୍‌ରେ ପବନ ବହିବା ସହ ବର୍ଷା ହୋଇଥିଲା । ଅଳ୍ପକେ ବର୍ତ୍ତି ଯାଇଛନ୍ତି କେତେକ ପରିବାର। ଆଉ କେତେକ କ୍ଷତିଗ୍ରସ୍ତ ପରିବାର ଅସହାୟ ଅବସ୍ଥାରେ ରହିଛନ୍ତି। ପ୍ରଶାସନ ପକ୍ଷରୁ କ୍ଷୟକ୍ଷତି ଆକଳନ କରାଯାଇ କ୍ଷତିଗ୍ରସ୍ତଙ୍କୁ ସହାୟତା ଯୋଗାଇ ଦେବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version