• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବିନା ମାସ୍କ ରେ କାହା ସହିତ କଥାବାର୍ତ୍ତା ନାହିଁ ; ଜିଲ୍ଲାପାଳ କୋଭିଡ୍ ସପ୍ତାହ ପାଳନରେ ଜିଲ୍ଲାକୁ ଅନେକ ସଫଳତା ମିଳିଛି – ଛତ୍ରପୁର

Proprietor Abhimanyu Maharana by Proprietor Abhimanyu Maharana
September 28, 2020
in Uncategorized
0
ବିନା ମାସ୍କ ରେ କାହା ସହିତ କଥାବାର୍ତ୍ତା ନାହିଁ ; ଜିଲ୍ଲାପାଳ କୋଭିଡ୍ ସପ୍ତାହ ପାଳନରେ ଜିଲ୍ଲାକୁ ଅନେକ ସଫଳତା ମିଳିଛି – ଛତ୍ରପୁର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୮ ସେପ୍ଟେମ୍ବର ,ସୋମବାର ) ଛତ୍ରପୁର :-  ଗଞ୍ଜାମ ଜିଲ୍ଲାରେ ଚଳିତ ମାସ ୨୪ ତାରିଖ ଠାରୁ ଆସନ୍ତା ଅକ୍ଟୋବର ୧ ତାରିଖ ପର୍ଯ୍ୟନ୍ତ ପାଳନ ହେଉଥିବା କୋଭିଡ୍ ସଚେତନତା ସପ୍ତାହରେ ଅନେକ ସଫଳତା ମିଳୁଛି । ଜନ ସାଧାରଣଙ୍କ ମଧ୍ୟରେ ସୃଷ୍ଟି କରାଯାଇଥିବା କୋଭିଡ୍ ସଚେତନତା ଅବସରରେ ଅନୁଷ୍ଠିତ ହେଉଥିବା ବିଭିନ୍ନ ପ୍ରତିଯୋଗିତାରେ ଅନେକ ପ୍ରତିଯୋଗୀ ଅଂଶ ଗ୍ରହଣ କରୁଛନ୍ତି । ନିଜେ ସଚେତନତା ହେଉଥିବା ସହିତ ଅନ୍ୟକୁ ସଚେତନ କରୁଥିବା ଜିଲ୍ଲା ପ୍ରଶାସନର ନଜରକୁ ଆସୁଥିବା ଖୋଦ୍ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଜଣାଇଛନ୍ତି । ବହୁ ସଂଖ୍ୟାରେ ମହିଳା ଓ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରୁଛନ୍ତି । ଚିତ୍ରାଙ୍କନ ପ୍ରତିଯୋଗିତାରେ ଆଠ ହଜାରରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିବା ଜଣା ପଡିଛି । ଆଜି ଜିଲ୍ଲାପାଳ ଶ୍ରୀ କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କୋଭିଡ୍ ପରିଚାଳନା ନେଇ ଭିଡିଓ କନଫରେନ୍ସିଂ ରେ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, କାର୍ଯ୍ୟ ନିର୍ବାହୀ ଅଧିକାରୀ, ଶିଶୁ ବିକାଶ ଯୋଜନା ଅଧିକାରୀ, ବ୍ଲକ୍ ଶିକ୍ଷାଅଧିକାରୀ, ବ୍ଲକ୍ ସ୍ବାସ୍ଥ୍ୟ ଅଧିକାରୀ ଓ ଉପସ୍ଥିତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ମାନଙ୍କୁ କୋଭିଡ୍ ସପ୍ତାହ ପାଳନର ସଫଳତା ଯୋଗୁଁ ପ୍ରଶଂସା କରିଥିଲେ । ଜିଲ୍ଲାରେ ସଂକ୍ରମଣ ସଂଖ୍ୟା କମିଛି ସତ କିନ୍ତୁ ବର୍ତ୍ତମାନ ମଧ୍ୟ ସଂକ୍ରମଣର ଭୟ ରହିଛି । ସଚେତନତା ସହିତ ଚଢାଉ କାର୍ଯ୍ୟକୁ ବ୍ୟାପକ କରିବା ଜରୁରୀ ବୋଲି ଜିଲ୍ଲାପାଳ ଜଣାଇଛନ୍ତି ।

ବର୍ତ୍ତମାନ ମଧ୍ୟ ଅନେକ ପରିବା ବ୍ୟବସାୟୀ ସାମାଜିକ ଦୂରତ୍ବ ରକ୍ଷାକରି ୨ ମିଟର ବ୍ୟବଧାନରେ ବସୁ ନାହାନ୍ତି । ପଞ୍ଚସୂତ୍ର ପାଳନ କରୁ ନାହାନ୍ତି । ଏଣୁ ଏମାନଙ୍କ ପ୍ରତି କଠୋର ପଦକ୍ଷେପ ଗ୍ରହଣ କରିବାକୁ ତହସିଲଦାର ମାନଙ୍କୁ ଜଣାଇଥିଲେ । ବିଶେଷ କରି ଗହଳି ସମୟରେ ଅଧିକ ଚଢାଉ କରାଯାଉ । ମଣିଷର ପାଟିରୁ ନିର୍ଗତ ଡ୍ରପଲେଟ୍ ଦ୍ବାରା ସଂକ୍ରମଣ ବୃଦ୍ଧି ହେଉଛି । ଏଣୁ ଜିଲ୍ଲାବାସୀ କେମିତି ବିନା ମାସ୍କ ରେ ବାହାରକୁ ବାହାରିବେ ନାହିଁ ସେଥିପ୍ରତି ଦୃଷ୍ଟି ଦେବାକୁ ଜଣାଇଥିଲେ । ପ୍ରତ୍ୟେକ ବ୍ୟକ୍ତି ଯେପରି ମାସ୍କର ବ୍ୟବହାର କରିବେ ସେଥିପ୍ରତି ସୁନିଶ୍ଚିତ କରନ୍ତୁ । ମାସ୍କ ନ ଥିବା ବ୍ୟକ୍ତି ମାନଙ୍କ ସହିତ କଥାବାର୍ତ୍ତା ନାହିଁ । କରୋନା ସଂକ୍ରମଣରୁ ରକ୍ଷା ପାଇବା ସକାଶେ ଜିଲ୍ଲାବାସୀ କଣ କରିବା ଉଚିତ୍ ଏବଂ କଣ ନ କରିବା ଉଚିତ୍ ତାହା ଜଣାନ୍ତୁ । ପଞ୍ଚସୂତ୍ର ନିୟମ ଯେପରି ଛୋଟ ଦୋକାନ ଠାରୁ ଆରମ୍ଭ କରି ବଡ ଦୋକାନ ପାଳନ କରିବେ ସେଥିପ୍ରତି ଦୃଷ୍ଟି ଦେବାସହ ଚଢାଉ କରନ୍ତୁ । ଗୃହକୁ ଗୃହ ବୁଲି ପରିବା ବିକାଳୀ ମାନେ ବ୍ୟବସାୟ କରିବାକୁ ଉତ୍ସାହିତ କରାନ୍ତୁ । ତେଜରାତି, ଔଷଧ ଓ ପନିପରିବା ଗୁଡିକ ଯେପରି ହୋମ୍ ଡେଲିଭରୀ ହୋଇପାରିବ ସେ ଦିଗରେ ପଦକ୍ଷେପ ନେବାକୁ ପ୍ରବର୍ତ୍ତାଇଥିଲେ । ସମସ୍ତ ଅଧିକାରୀ କାର୍ଯ୍ୟାଳୟରେ ଅଧିକାଂଶ ସମୟରେ ନ ରହି କ୍ଷେତ୍ର ପରିଦ୍ରଶନ କରି ଚାଲିରହିଥିବା ଯୋଜନାର ସଫଳ ରୂପାୟନ ଦିଗରେ ଅଧିକ ଯତ୍ନବାନ (ଫୋକସ୍) କରନ୍ତୁ ।

ସମ୍ପ୍ରତି ଗଞ୍ଜାମ ଜିଲ୍ଲା ଓ ଅନ୍ୟାନ୍ୟ ଜିଲ୍ଲାରୁ ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହା ବିଦ୍ୟଳୟରେ କରୋନା ଜନୀତ ଚିକିତ୍ସିତ ହେଉଥିବା ଜଣାପଡିଛି । ବ୍ୟକ୍ତିଗଣ ଶ୍ବାସପ୍ରଶ୍ବାସ ସମସ୍ୟା ନେଇ ଚିକିତ୍ସିତ ହେଉଥିବା ନଜରକୁ ଆସିଛି । ଗଞ୍ଜାମ ଜିଲ୍ଲାର ଚିକିତ୍ସିତ ହେଉଥିବା ବ୍ୟକ୍ତିଙ୍କ ସଂପୂର୍ଣ୍ଣ ତଥ୍ୟ ସଂଗ୍ରହ କରାଯାଇ ସେମାନଙ୍କ ଦ୍ବାରା ଅନ୍ୟମାନେ ଯେପରି ସଂକ୍ରମଣ ହେବେ ନାହିଁ ସେଥିପ୍ରତି ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ଗୁରୁତ୍ବ ଦେଇଥିଲେ । ବୈଠକରେ ପ୍ରକଳ୍ପ ନିର୍ଦ୍ଦେଶକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସିନ୍ଦେ ଦତ୍ତାତ୍ରେୟ ଭାଉ ସାହେବ, ବ୍ରହ୍ମପୁର ମହାନଗର ନିଗମ କମିଶନର୍ ଡଃ ସିଦ୍ଧେଶ୍ବର ବଳିରାମ ବନ୍ଦାର, ବ୍ରହ୍ମପୁର ଉପଜିଲ୍ଲପାଳ କିର୍ତ୍ତୀ ଭାସନ୍ ଭି, ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଡଃ ମନୋରମା ରେଡ୍ଡୀ, ଜିଲ୍ଲା ମଙ୍ଗଳ ଅଧିକାରୀ ପରୀକ୍ଷିତ ଦାଶ, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଡଃ ଦିବ୍ୟ ଲେଚନ ମହାନ୍ତ, ଜାତୀୟ ସ୍ବାସ୍ଥ୍ୟ ମିଶନର ଜିଲ୍ଲା ପ୍ରୋଗ୍ରାମ ମ୍ୟାନେଜର୍ ଶ୍ୟାମ ସୁନ୍ଦର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ । ଗଞ୍ଜାମ ଜିଲ୍ଲାର ଅଧିକାରୀ ଓ କର୍ମଚାରୀ ଗଣ ବିନାନୁମତିରେ ଜିଲ୍ଲା ବାହାରକୁ ଯାତାୟତ କରିପାରିବେ ନାହିଁ ।ଜନ ସାଧାରଣଙ୍କୁ ସେବା ଯୋଗାଇ ଦେଉଥିବା ଅଧିକାରୀ କିମ୍ବା କର୍ମଚାରୀଙ୍କ ଯୋଗୁଁ ସାଧାରଣ ଜନତା ଯେପରି କରୋନା ସଂକ୍ରମଣରୁ ସଂକ୍ରମିତ ହେବେ ନାହିଁ ସେଥି ସକାଶେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜଣାଇଛନ୍ତି । ଅଧିକାରୀ ଓ କର୍ମଚାରୀ ମାନେ ନିଜ ହେଡ୍ କ୍ବାର୍ଟର ଛାଡି ବାହାରକୁ ଯିବାପାଇଁ ବାରଣ କରାଯାଇଛି ।

କାର୍ଯ୍ୟାଳୟ କାର୍ଯ୍ୟ ସଂପାଦନା ନିମନ୍ତେ ଯଦି ଜରୁରୀ ପଡେ ତେବେ ନିଜ କାର୍ଯ୍ୟାଳୟ ଅଧିକାରୀଙ୍କ ଜରିଆରେ ଜିଲ୍ଲାପାଳଙ୍କ ଅନୁମତି ଗ୍ରହଣ କରି କଟକ / ଭୁବନେଶ୍ବର ଯାଇ ପାରିବେ । କୈଣସି କାରଣ ନ ଥାଇ କଟକ / ଭୁବନେଶ୍ବରକୁ ଜିଲ୍ଲାର କେତେକ କର୍ମଚାରୀ ଓ ଅଧିକାରୀ ଯିବା ଆସିବା କରୁଥିବା ଜିଲ୍ଲା ପ୍ରଶାସନର ନଜରକୁ ଆସିଛି । ସମସ୍ତଙ୍କର ଆହରହ ଅକ୍ଳାନ୍ତ ପରିଶ୍ରମ ଫଳରେ ଗଞ୍ଜାମ ଜିଲ୍ଲାକୁ ସଂକ୍ରମଣମୁକ୍ତ କରିବା ନେଇ ପ୍ରୟାସ ଜାରି ରହିଛି । ବର୍ତ୍ତମାନ ସ୍ଥିତିରେ ସୁଧାର ଆସିଛି । ଅନ୍ୟାନ୍ୟ ସହର ଓ ଅନ୍ୟ ରାଜ୍ୟର ସ୍ଥିତି ଭଲ ଅବସ୍ଥାରେ ନାହିଁ । ଅନ୍ୟ ସହର ଓ ରାଜ୍ୟକୁ ଯାତାୟତ କରିବା ଫଳରେ ନିଜେ ସଂକ୍ରମିତ ହୋଇ ଜିଲ୍ଲାବାସୀଙ୍କୁ ସଂକ୍ରମିତ ନ କରିବା ପାଇଁ ଜିଲ୍ଲାପାଳ ଜଣାଇଛନ୍ତି । ସଂକ୍ରମଣ ବ୍ୟାପୀବାର ସମ୍ଭାବନା ରହିଥିବା ହେତୁ ଏବଂ ପୂର୍ବଭଳି ଅପ୍ରିତିକର ସ୍ଥିତିକୁ ଏଡାଇବା ସକାଶେ ଲିଖିତ ପତ୍ର ମାଧ୍ୟମରେ ସମସ୍ତ କାର୍ଯ୍ୟାଳୟକୁ ଜଣାଇ ଦିଆଯାଇଛି । ( ଶେଷଦେବ ସାହୁ / ଗଞ୍ଜାମ ଜିଲ୍ଲା ବ୍ୟୁରୋ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version