ନୟାଗଡ଼ ( ଓଡିଶା ତାଜାନ୍ୟୁଜ ) ନି. ପ୍ର :- ‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତାର ଫାଇନାଲ ଚଳିତ ମାସ ୨୦ ତାରିଖରେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟର ସ୍ବର୍ଣ୍ଣ ଜୟନ୍ତୀ ସଭା ଗୃହରେ ଅନୁଷ୍ଠିତ ହେବ। ଇତି ମଧ୍ୟରେ ଜିଲ୍ଲାର ସମସ୍ତ ୮ଟି ବ୍ଲକରେ ବ୍ଲକ ପର୍ଯ୍ୟାୟ ସଙ୍ଗୀତ ପ୍ରତିଯୋଗିତା ଶେଷ ହୋଇଯାଇଛି। ଏହି ପ୍ରତିଯୋଗୀ ମାନଙ୍କ ମଧ୍ୟରୁ ଶ୍ରେଷ୍ଠ ୫୧ ଜଣ ପ୍ରତିଯୋଗୀ ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଉଭୟ ସେମି ଫାଇନାଲ ଏବଂ ଫାଇନାଲ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ। ଏ ନେଇ ସଙ୍ଗୀତଧାରା ପକ୍ଷରୁ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ବିଧିବଦ୍ଧ ନିଷ୍ପତ୍ତି ନିଆଯାଇଛି।















