ନୟାଗଡ଼ (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ନୟାଗଡ଼ ଜିଲ୍ଲାର ଅଗ୍ରଣୀ ତଥା ସର୍ବପୁରାତନ ସାମାଜିକ ଅନୁଷ୍ଠାନ ‘କେସି କ୍ଲବ୍’ ପରିସରରେ ଏକ ମେଗା ମାଗଣା ସ୍ୱାସ୍ଥ୍ୟ ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ରାଜ୍ୟର କେତେକ ପ୍ରତିଷ୍ଠିତ ଓ ସୁନାମଧନ୍ୟ ବିଶେଷଜ୍ଞ ଡାକ୍ତର ଯୋଗଦେଇ ରୋଗୀମାନଙ୍କୁ ସମ୍ପୂର୍ଣ୍ଣ ମାଗଣାରେ ଚିକିତ୍ସା ଓ ପରାମର୍ଶ ସେବା ଯୋଗାଇ ଦେଇଥିଲେ ।















