ରଣପୁର (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ (SIR) କାର୍ଯ୍ୟକ୍ରମ ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ରଣପୁର ନିର୍ବାଚନ ମଣ୍ଡଳୀରେ ପରିଗଣନା ଫର୍ମ ବଣ୍ଟନ କାର୍ଯ୍ୟ ଜୋରଦାର ଭାବେ ଚାଲିଛି। ଏହି ଅବସରରେ ଜିଲ୍ଲା ପରିଷଦ ଚେୟାରମ୍ୟାନ ଦେବାଶିଷ ପଟ୍ଟନାୟକ ଏବଂ ବରିଷ୍ଠ ସାମ୍ବାଦିକ ବିଶ୍ୱରଞ୍ଜନ ଆଚାର୍ଯ୍ୟ ଓ ତାଙ୍କ ପରିବାର ସଦସ୍ୟଙ୍କୁ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମର ପରିଗଣନା ଫର୍ମ ପ୍ରଦାନ କରାଯାଇଥିଲା ।















