ବାଲିଗୁଡ଼ା (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ବିଶ୍ୱ ପରିବେଶ ଦିବସ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ୍ ସ୍ଥିତ ସିଆରପିଏଫ୍ କ୍ୟାମ୍ପ୍ ପରିସରରେ ଏକ ବୃହତ୍ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କୋଟଗଡ଼ ବନାଞ୍ଚଳ ଅଧିକାରୀ ବାଳଗୋପାଳ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସମସ୍ତ ବନ କର୍ମଚାରୀମାନେ ଏହି କାର୍ଯ୍ୟକ୍ରମରେ ବୈଷୟିକ ସହାୟତା ପ୍ରଦାନ କରିଥିଲେ ।















