• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦେବସ୍ନାନ ପୂର୍ଣ୍ଣିମା ୨୦୨୬ ଲାଗି ବ୍ୟାପକ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

Proprietor Abhimanyu Maharana by Proprietor Abhimanyu Maharana
June 12, 2026
in ଓଡ଼ିଶା, କଟକ, ହୋମ୍
0
ଦେବସ୍ନାନ ପୂର୍ଣ୍ଣିମା ୨୦୨୬ ଲାଗି ବ୍ୟାପକ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
Share on FacebookShare on TwitterWhatsapp

କଟକ (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ଆସନ୍ତା ଜୁନ୍ ୨୯ ତାରିଖରେ ମହାପ୍ରଭୁଙ୍କ ପବିତ୍ର ଦେବାସ୍ନାନ ପୂର୍ଣିମା ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଦେବସ୍ନାନ ପୂର୍ଣ୍ଣିମା ଉତ୍ସବକୁ ସୁରକ୍ଷିତ, ଶୃଙ୍ଖଳିତ ପରିବେଶ ମଧ୍ୟରେ ସମ୍ପନ୍ନ କରିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ ଆଜି କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ପବିତ୍ର ସ୍ନାନପୂର୍ଣ୍ଣିମା ଅବସରରେ ପୁରୀରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ନିୟନ୍ତ୍ରଣ,

ଯାତାୟାତ ଏବଂ ସୁରକ୍ଷା ବ୍ୟବସ୍ଥା ସଂକ୍ରାନ୍ତରେ ଡିଜିପି ବିସ୍ତୃତ ଭାବେ ଆଲୋଚନା କରିଥିଲେ। ଶ୍ରୀମନ୍ଦିରର ରୀତିନୀତି ଅନୁଯାୟୀ ସ୍ନାନଯାତ୍ରା ସମେତ ଆଗାମୀ ରଥଯାତ୍ରା ସମୟରେ ଯେପରି କୌଣସି ତ୍ରୁଟିବିଚ୍ୟୁତି ନ ହୋଇ ସୁଚାରୁରୂପେ ସମ୍ପନ୍ନ ହେବ, ସେଥିପାଇଁ ତୃଣମୂଳ ସ୍ତରରୁ ସମନ୍ୱିତ ଭାବେ କାର୍ଯ୍ୟ କରିବାକୁ ଡିଜିପି ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନିକୀକରଣ) ଶ୍ରୀ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ଙ୍କ ଦ୍ଵାରା ସ୍ନାନଯାତ୍ରା ପରିଚାଳନା ସମ୍ପର୍କିତ ଏକ ବିସ୍ତୃତ ଉପସ୍ଥାପନା ପ୍ରଦାନ କରାଯାଇଥିଲା l

ସ୍ନାନପୂର୍ଣ୍ଣିମା ସମୟରେ ଶ୍ରୀମନ୍ଦିର ଭିତରେ ଓ ବାହାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଏଥର ମୋଟ ୭୨ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯିବ। ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ବରିଷ୍ଠ ଅଧିକାରୀ ସ୍ତରରେ ୦୬ ଜଣ SP/Commandant, ୧୭ ଜଣ ଅତିରିକ୍ତ SP, ୪୨ ଜଣ DSP ଏବଂ ୯୪ ଜଣ ଇନ୍ସପେକ୍ଟରଙ୍କୁ ଦାୟିତ୍ଵ ଦିଆଯାଇଛି। ସେହିପରି ୩୫୨ ଜଣ SI/ASI, ୫୩ ଜଣ ହାବିଲଦାର, ୪୨୮ ଜଣ କନଷ୍ଟେବଳ ମୁତୟନ ହେବେ । ସ୍ନାନ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ଏବଂ ସୁଦୃଢ଼ ବାରିକେଡ୍ ବ୍ୟବସ୍ଥା କରାଯାଇଛି । ଯାହା ଫଳରେ ଶ୍ରଦ୍ଧାଳୁମାନେ ଧାଡ଼ିରେ ଯାଇ ସହଜରେ ଦର୍ଶନ କରିପାରିବେ ।

ଶ୍ରୀମନ୍ଦିର ଭିତରେ, ଚାରିପାଖରେ ଏବଂ ସମସ୍ତ ବାରିକେଡ୍ ମଧ୍ୟରେ ଅତ୍ୟାଧୁନିକ ସିସିଟିଭି କ୍ୟାମେରା ସଂଯୋଗ କରାଯାଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ । ଯେକୌଣସି ଜରୁରୀକାଳୀନ ପରିସ୍ଥିତିର ତତ୍କାଳ ମୁକାବିଲା ପାଇଁ ବାରିକେଡ୍ ଏବଂ ମନ୍ଦିର ଭିତରେ ସ୍ୱତନ୍ତ୍ର କ୍ରାକ୍ ଟିମ୍ ସଦାସର୍ବଦା ପ୍ରସ୍ତୁତ ରହିବେ । ପକେଟମାର୍ ଓ ଚେନ୍ ଲୁଟେରାଙ୍କୁ ରୋକିବା ପାଇଁ ସ୍ୱତନ୍ତ୍ର ‘ଆଣ୍ଟି ସ୍ନାଚିଂ ସ୍କ୍ୱାଡ୍’ ସହ ଆକସ୍ମିକ ସ୍ଥିତି ପାଇଁ ‘ଷ୍ଟ୍ରାଇକିଂ ଫୋର୍ସ’ ମୁତୟନ ରହିବେ । ଏହା ସହ ଜିଲ୍ଲା ପ୍ରଶାସନର ଅନ୍ୟାନ୍ୟ ଗୁରୁତ୍ଵପୂର୍ଣ୍ଣ ବିଭାଗ ସହ ସମନ୍ଵୟ ରଖାଯାଇ ଏହି ପବିତ୍ର ଦେବସ୍ନାନ ପୁର୍ଣିମାକୁ ସଫଳ ଭାବେ ଆୟୋଜନ କରିବାକୁ ଡିଜିପି ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ବୈଠକରେ ଗୁଇନ୍ଦା ନିର୍ଦ୍ଦେଶକ ଶ୍ରୀ ଆର. ପି. କୋଚେ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ରେଳବାଇ ଏବଂ ଉପକୂଳ ସୁରକ୍ଷା) ଶ୍ରୀ ଅରୁଣ ବୋଥ୍ରା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ପରିବହନ କମିଶନର ଶ୍ରୀ ଅମିତାଭ ଠାକୁର , ପୋଲିସ କମିସନର (ଭୁବନେଶ୍ଵର-କଟକ) ଡ଼ ଦେବଦତ୍ତ ସିଂ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସଏପି) ଶ୍ରୀ ରାଜେଶ କୁମାର, ଆଇଜିପି, ଟ୍ରେନିଂ, (ବିପିଏସପିଏ) ଶ୍ରୀ ଅନୁପ କୁମାର ସାହୁ, ନିର୍ଦ୍ଦେଶକ (ଏସସିଆରବି) ଶ୍ରୀ ଅବିନାଶ କୁମାର,

ଆଇଜି (କେନ୍ଦ୍ରାଞ୍ଚଳ) ଶ୍ରୀ ସତ୍ୟଜିତ ନାୟକ, ଡିଆଇଜି (ପ୍ରୋଭିଜନିଂ) ଶ୍ରୀ ଚରଣ ସିଂ ମିନା, ଡିଆଇଜି (ଏସଟିଏଫ) ଡ କନୱର ବିଶାଳ ସିଂ, ଡିଆଇଜି (କାର୍ମିକ) ଶ୍ରୀ ଯୁଗଳ କିଶୋର କୁମାର ବନୋଥ, ଡିଆଇଜି (କ୍ରାଇମବ୍ରାଞ୍ଚ) ଶ୍ରୀ ବି. ଗଙ୍ଗାଧରଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ। ଏହାସହ ଆଭାସୀ ମାଧ୍ୟମରେ ଡିଆଇଜି (ପୂର୍ବାଞ୍ଚଳ) ଶ୍ରୀ ପିନାକ ମିଶ୍ର, ଏସପି (ପୁରୀ) ଶ୍ରୀ ପ୍ରତୀକ ସିଂ ପ୍ରମୁଖ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆପ ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି

ଆପ ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି

June 12, 2026
ଓଡ଼ିଶା ମଧ୍ଯାହ୍ନ ଭୋଜନ ପାଚିକା ସଂଘ ଓ ସିଆଇଟିୟୁ : ପୁରୀଜିଲ୍ଲା ପକ୍ଷରୁ ବିକ୍ଷୋଭ ଓ ୯ଦଫା ଦାବିପତ୍ର ପ୍ରଦାନ

ଓଡ଼ିଶା ମଧ୍ଯାହ୍ନ ଭୋଜନ ପାଚିକା ସଂଘ ଓ ସିଆଇଟିୟୁ : ପୁରୀଜିଲ୍ଲା ପକ୍ଷରୁ ବିକ୍ଷୋଭ ଓ ୯ଦଫା ଦାବିପତ୍ର ପ୍ରଦାନ

June 12, 2026
ପାଇଖାନା ଘେରା ଲଜିଂ ପରିସରରେ ବିଷ୍ଣୁଙ୍କ ନାମଯଜ୍ଞ

ଷ୍ଟେଟ ବ୍ୟାଙ୍କ ଓ ଦ ବେଲ୍ ତତଫରୁ ବିନ୍ଦୁଏ ରକ୍ତ ସିନ୍ଧୁଏ ଜୀବନ କାର୍ଯ୍ୟକ୍ରମ

June 12, 2026
ପାଇଖାନା ଘେରା ଲଜିଂ ପରିସରରେ ବିଷ୍ଣୁଙ୍କ ନାମଯଜ୍ଞ

ପାଇଖାନା ଘେରା ଲଜିଂ ପରିସରରେ ବିଷ୍ଣୁଙ୍କ ନାମଯଜ୍ଞ

June 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆପ ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି

ଆପ ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି

June 12, 2026
ଓଡ଼ିଶା ମଧ୍ଯାହ୍ନ ଭୋଜନ ପାଚିକା ସଂଘ ଓ ସିଆଇଟିୟୁ : ପୁରୀଜିଲ୍ଲା ପକ୍ଷରୁ ବିକ୍ଷୋଭ ଓ ୯ଦଫା ଦାବିପତ୍ର ପ୍ରଦାନ

ଓଡ଼ିଶା ମଧ୍ଯାହ୍ନ ଭୋଜନ ପାଚିକା ସଂଘ ଓ ସିଆଇଟିୟୁ : ପୁରୀଜିଲ୍ଲା ପକ୍ଷରୁ ବିକ୍ଷୋଭ ଓ ୯ଦଫା ଦାବିପତ୍ର ପ୍ରଦାନ

June 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version