ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ–୨୦୨୬ ପାଳନ ଉପଲକ୍ଷେ ଆଜି ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ମାଧ୍ୟମରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ବୈଠକରେ ଆସନ୍ତା ୨୧ ଜୁନ ତାରିଖରେ ଜିଲ୍ଲାର ସମସ୍ତ ବ୍ଲକ୍ ସ୍ତର ଓ ସହରାଞ୍ଚଳରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବା ନେଇ ଆଲୋଚନା କରାଯାଇଥିଲା ।
“ନିରୋଗ ଓ ସୁସ୍ଥ ଜୀବନ ପାଇଁ ଯୋଗ” ବାର୍ତ୍ତା ଓ ଆଭିମୁଖ୍ୟକୁ ନେଇ କାର୍ଯ୍ୟକ୍ରମ ପାଳନ କରିବାକୁ ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ସ୍ଥାନୀୟ ଗଜପତି ଷ୍ଟାଡିୟମ ଠାରେ ଅନୁଷ୍ଠିତ ହେବ । ଏଥିରେ ୫ ଶହ ରୁ ଅଧିକ ଜନସାଧାରଣ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏଥିରେ ଜିଲ୍ଲାର ସମସ୍ତ ଜନପ୍ରତିନିଧି, ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ, ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ, ସ୍ୱାସ୍ଥ୍ୟକର୍ମୀ,
ଯୋଗ କ୍ଲବର ସଦସ୍ୟ, ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା ଏବଂ ସାଧାରଣ ଜନସାଧାରଣଙ୍କୁ ସକ୍ରିୟ ଭାବେ ସାମିଲ ହେବା ପାଇଁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମାଝୀ ଅନୁରୋଧ କରିଛନ୍ତି । ଉକ୍ତ କାର୍ଯ୍ୟକ୍ରମ ଆସନ୍ତା ୨୧ ଜୁନ ସକାଳ ୬ଟାରୁ ୮ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଆଜିର ଏହି ପ୍ରସ୍ତୁତି ବୈଠକରେ ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ ତ୍ରିନାଥ ସାହୁ, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଜିଲ୍ଲାର କ୍ରୀଡ଼ା ଶିକ୍ଷକ ପ୍ରମୁଖ ଭର୍ଚୁଆଲ୍ ବୈଠକରେ ଉପସ୍ଥିତ ଥିଲେ ।














