• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

Proprietor Abhimanyu Maharana by Proprietor Abhimanyu Maharana
June 25, 2026
in ଓଡ଼ିଶା, ଗଜପତି, ହୋମ୍
0
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି  (ଓଡିଶା ତାଜାନ୍ୟୁଜ) (ନି. ପ୍ର) :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ବିକଶିତ ଭାରତ ,ବିକଶିତ ଓଡ଼ିଶା ସମ୍ମିଳନୀ ,ଓଡିଶାର ଧାରା ବିକାଶ ସାରା ଓ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଦ୍ୱିତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ “ବିକାଶର ଧାରା, ଓଡ଼ିଶା ସାରା” ଆଭିମୁଖ୍ୟରେ ଆୟୋଜିତ ଏହି ସମ୍ମିଳନୀରେ ମାନ୍ୟବର ଆଇନ, ଅବକାରୀ ଏବଂ ପୂର୍ତ୍ତ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ପୃଥ୍ଵୀରାଜ ହରିଚନ୍ଦନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ।

ଏହି ଅବସରରେ ସେ ସରକାରଙ୍କ ଦୁଇ ବର୍ଷର ସଫଳତା, ଜିଲ୍ଲାରେ ଚାଲୁ ରହିଥିବା ବିଭିନ୍ନ ବିକାଶମୁଖୀ କାର୍ଯ୍ୟକ୍ରମ ଏବଂ ଅଗ୍ରଣୀ ଯୋଜନା ସମ୍ବନ୍ଧରେ ବିସ୍ତୃତ ଆଲୋଚନା କରିବା ସହ ଆଇନଜୀବୀ, ବୁଦ୍ଧିଜୀବୀ, ବରିଷ୍ଠ ନାଗରୀକ ଓ ଗଣମାଧ୍ୟମ ପ୍ରତିନିଧିଗଣଙ୍କୁ ସମ୍ବୋଧନ କରିଥିଲେ।ଉକ୍ତ ସମ୍ମିଳନୀକୁ ସମ୍ବୋଧନ କରି ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ପୃଥ୍ଵୀରାଜ ହରିଚନ୍ଦନ କହିଥିଲେ ଯେ, ଆଗାମୀ ଦିନରେ ଗଜପତି ଜିଲ୍ଲା ସମସ୍ତ କ୍ଷେତ୍ରରେ ଉନ୍ନତି ଦିଗରେ ଅଗ୍ରସର ହେଉଅଛି । ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ବିଭାଗ ବିକାଶ କ୍ଷେତ୍ରରେ ଆଗକୁ ବଢ଼ିବା ସହାୟକ ହେଉଛି। ଏଥି ସହିତ ଜିଲ୍ଲାର ସ୍ୱାସ୍ଥ୍ୟ ସେବା କ୍ଷେତ୍ରକୁ ଅଧିକ ଗୁରୁତ୍ୱ ଦେବାକୁ କହିଥିଲେ ।

ଏଥିସହ ଶିକ୍ଷାର ଉନ୍ନତି ହେଲେ ଜିଲ୍ଲାର ବିକାଶ ହୋଇପାରିବ । ଯୋଗାଯୋଗ ଓ ପର୍ଯ୍ୟଟନର ଉନ୍ନତି କରାଯାଉଅଛି। କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବରେ ଜିଲ୍ଲାର ସର୍ବାଙ୍ଗୀନ ବିକାଶ ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ସେ ପ୍ରକାଶ କରିଥିଲେ।ଏହି ପରିପେକ୍ଷୀରେ ମାନ୍ୟବର ମନ୍ତ୍ରୀ ସରକାରଙ୍କ ବିଭିନ୍ନ ଉଲ୍ଲେଖନୀୟ ତଥା ସଫଳ ଯୋଜନା ଯଥା- ସୁଭଦ୍ରା ଯୋଜନା, ଲକ୍ଷପତି ଦିଦି, ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା, ସାମାଜିକ ଭତ୍ତା ଯୋଜନା, ମଧୁବାବୁ ପେନସନ ଯୋଜନା, ଜାତୀୟ ସାମାଜିକ ସହାୟତା ଯୋଜନା (ବର୍ଦ୍ଧିତ ଭତ୍ତା), ଜାତୀୟ ପରିବାର ସହାୟତା ଯୋଜନା,

ବିବାହ ପ୍ରୋତ୍ସାହନ ରାଶି, ଇ-ରିକ୍ସା ପ୍ରଦାନ, ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା, ବିକଶିତ ଗାଁ-ବିକଶିତ ଓଡ଼ିଶା, ପ୍ରଧାନମନ୍ତ୍ରୀ ଆବାସ, ଅନ୍ତଦ୍ଵୟ ଗୃହ ଯୋଜନା, ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା, ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣା ଯୋଜନା ଏବଂ ପି ଏମ ଶ୍ରୀ ସ୍କୁଲ ଆଦି ସମ୍ପର୍କରେ ସମସ୍ତ ଗଣମାଧ୍ୟମ ପ୍ରତିନିଧିଙ୍କୁ ଅବଗତ କରାଇଥିଲେ। ପ୍ରକୃତ ହିତାଧିକାରୀ ଯେପରି ଏହି ସବୁ ଯୋଜନାର ଅଧିକରୁ ଅଧିକ ଫାଇଦା ପାଇପାରିବେ, ସେଥିପାଇଁ ଜନ ଭାଗିଦାରୀ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରଚାର ପ୍ରସାର ଦିଗରେ ସାମ୍ବାଦିକମାନଙ୍କୁ ଅନୁରୋଧ କରିଥିଲେ। ସେହିପରି ମହେନ୍ଦ୍ରଗିରିରେ ନୂତନ ପ୍ରକଳ୍ପ ଆରମ୍ଭ କରିବା ପାଇଁ ରାଜ୍ୟ ସରକାର ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ଓ ସେହିପରି ପାରଳାଖେମୁଣ୍ଡି ଜଗନ୍ନାଥ ମନ୍ଦିର ନିର୍ମାଣ ପାଇଁ ୨୦ କୋଟି ଟଙ୍କା ମଞ୍ଜୁର ହୋଇଥିବା ମାନ୍ୟବର ମନ୍ତ୍ରୀ କହିଛନ୍ତି।

ସେହିପରି ଓଡ଼ିଶା ସରକାରଙ୍କ ଲକ୍ଷ୍ୟ ହେଉଛି ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ପାଖରେ ବିକାଶର ସୁଫଳ ପହଞ୍ଚାଇବା। ଏହି ଲକ୍ଷ୍ୟ ପୂରଣ ଦିଗରେ ଗଜପତି ଜିଲ୍ଲାରେ ସ୍ୱାସ୍ଥ୍ୟ, ଶିକ୍ଷା, ପାନୀୟ ଜଳ, କୃଷି, ଜୀବିକା ଏବଂ ଭିତ୍ତିଭୂମି ବିକାଶ କ୍ଷେତ୍ରରେ ବିଭିନ୍ନ ଉଲ୍ଲେଖନୀୟ ପଦକ୍ଷେପ ଗ୍ରହଣ କରାଯାଉଛି । ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମ (ADP) ଏବଂ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମ (ABP) ମାଧ୍ୟମରେ ଗଜପତି ଜିଲ୍ଲାର ସାମଗ୍ରିକ ଓ ସନ୍ତୁଳିତ ବିକାଶ ପାଇଁ ନିରନ୍ତର ପ୍ରୟାସ ଜାରି ରହିଛି। ନୀତି ଆୟୋଗଙ୍କ ସୂଚକାଙ୍କ ଆଧାରରେ ଜିଲ୍ଲାର ପ୍ରଗତିକୁ ନିୟମିତ ଭାବେ ସମୀକ୍ଷା ଓ ମୂଲ୍ୟାଙ୍କନ କରାଯାଉଛି। ଏହି ସମ୍ମିଳନୀର ମୂଳ ଉଦ୍ଦେଶ୍ୟ ହେଉଛି ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ମୂଳକ ଯୋଜନା ଏବଂ ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ସହିତ ସେମାନଙ୍କର ମତାମତ ଓ ପରାମର୍ଶ ସଂଗ୍ରହ କରିବା।

ଜନସହଭାଗିତା ବିନା ସମୃଦ୍ଧ ଓ ସଶକ୍ତ ଓଡ଼ିଶା ଗଠନ ସମ୍ଭବ ନୁହେଁ। ଆସନ୍ତୁ, ଆମେ ସମସ୍ତେ ମିଳିତ ଭାବେ ଗଜପତି ଜିଲ୍ଲାକୁ ଏକ ଆଦର୍ଶ ଜିଲ୍ଲାରେ ପରିଣତ କରିବା ସହ “ବିକଶିତ ଭାରତ, ବିକଶିତ ଓଡ଼ିଶା”ର ସ୍ୱପ୍ନ ସାକାର ହୋପାରିବ ଭଳି ମାନ୍ୟବର ମନ୍ତ୍ରୀ କହିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସମ୍ମାନିତ ଅତିଥି ଭାବରେ ମାନ୍ୟବର ବିଧାୟକ ପାରଳାଖେମୁଣ୍ଡି ଶ୍ରୀଯୁକ୍ତ ରୂପେଶ କୁମାର ପାଣିଗ୍ରାହୀ,ମାନ୍ୟବର ବିଧାୟକ ମୋହନା ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ, ଜିଲ୍ଲାପରିଷଦ ସଭାପତି ଶ୍ରୀଯୁକ୍ତ ଜି.ତିରୁପତି ରାଓ,

ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସାହି ମୀନା,ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି ଶ୍ରୀ କେ. ନାଗାରାଜୁ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶ୍ରୀ କାମଦେବ ବଡ଼ନାୟକ, ପାରଳା ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ଦୟାମୟ ପାଢ଼ୀ ଓ ବ୍ରହ୍ମପୁର ସାଂସଦ ପ୍ରତିନିଧି ଶ୍ରୀ ଡି.ରାଜେଶ ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଅବସରରେ ବିଭିନ୍ନ ବିଭାଗର ସଫଳତା ଭାବରେ କାର୍ଯ୍ୟ କରୁଥିବା ଆଶା, ଅଙ୍ଗନୱାଡି କର୍ମୀ,

ଚାଷୀ ଓ ସଫଳ ଉଦ୍ୟୋଗୀ ମାନଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା। ସ୍ଥାନୀୟ ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସର ଠାରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଆୟୋଜିତ ହେଉଥିବା ବିକାଶର ଧାରା ଓଡ଼ିଶା ସାରା ପ୍ରଦର୍ଶନୀକୁ ଶୁଭ ଉଦ୍ଘାଟନ କରିଥିଲେ ଓ ସେହିପରି ଉକ୍ତ ସ୍ଥାନରେ “ଏକ୍ ପେଡ୍ ମା କେ ନାମ” ଅଭିଯାନର ବୃକ୍ଷ ରୋପଣ କରାଯାଇଥିଲା। ପରେ ପରେ କାର୍ଯ୍ୟକ୍ରମକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସ୍ଥାନୀୟ କଳାକାର ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ଅଞ୍ଚଳର ଜନପ୍ରତିନିଧି ଏବଂ ଜିଲ୍ଲାର ମାନ୍ୟଗଣ୍ୟ ବ୍ୟକ୍ତିମାନେ ସାମିଲ ହୋଇ ସରକାରଙ୍କ ବିକାଶମୁଖୀ ଯୋଜନା ଉପରେ ଆଲୋଚନା କରିଥିଲେ। ଏହା ସହିତ ସରକାରଙ୍କ ଏହି ଦୁଇ ବର୍ଷର ସଫଳତାକୁ ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ପାଇଁ କହିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

June 25, 2026
ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

June 25, 2026
ରାୟଗଡ ବ୍ଲକରେ ରାଜ୍ୟ ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶର ଧାରା ଓଡିଶା ସାରା”ଆଡମ୍ବର ସହ ପାଳନ

ରାୟଗଡ ବ୍ଲକରେ ରାଜ୍ୟ ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶର ଧାରା ଓଡିଶା ସାରା”ଆଡମ୍ବର ସହ ପାଳନ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version