ପୁରୀ (ଓଡିଶା ତାଜାନ୍ୟୁଜ) (ନି. ପ୍ର) :- ପବିତ୍ର ସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ପୁରୀକୁ ଆସୁଥିବା ଶ୍ରଦ୍ଧାଳୁମାନଙ୍କ ଯାତ୍ରାକୁ ସୁରକ୍ଷିତ, ସୁଗମ ଏବଂ ସୁବ୍ୟବସ୍ଥିତ କରିବା ଉଦ୍ଦେଶ୍ୟରେ ପରିବହନ ବିଭାଗ ପକ୍ଷରୁ ପୁରୀକୁ ସଂଯୋଗ କରୁଥିବା ସମସ୍ତ ପ୍ରମୁଖ ରାସ୍ତା ସହ ଜିଲ୍ଲାର ବିଭିନ୍ନ ସ୍ଥାନରେ ବ୍ୟାପକ ଯାନବାହନ ଯାଞ୍ଚ ଅଭିଯାନ କରାଯାଇଥିଲା ।ଏହି ଅଭିଯାନରେ ପରିବହନ ବିଭାଗର ଏନଫୋର୍ସମେଣ୍ଟ ସ୍କ୍ୱାଡ୍ ପକ୍ଷରୁ ମୋଟରଯାନ ଆଇନ ଉଲ୍ଲଂଘନ କରୁଥିବା ଯାନବାହନ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା ।















