ହିଞ୍ଜିଳିକାଟୁ (ଓଡ଼ିଶା ତାଜାନ୍ୟୁଜ) (ନିପ୍ର) :- ହିଞ୍ଜିଳିକାଟୁ ବ୍ଳକ ଶିକିରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରତାପ କିଶୋର ପାଢ଼ୀ ଓ ସାରୁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟତ୍ରୀ ଆରତୀ କୁମାରୀ ସାହୁଙ୍କୁ ମଙ୍ଗଳବାର ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ହିଞ୍ଜିଳିକାଟୁ ଗୋଷ୍ଠୀ ଶିକ୍ଷାଧିକାରୀ ଚାନ୍ଦିନୀ ପଣ୍ତା ଉଭୟ ଅବସରପ୍ରାପ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିବା ସହ ତତ୍କାଳ ଚୂଡ଼ାନ୍ତ ପେନସନ କାଗଜପତ୍ର ପ୍ରଦାନ କରିଥିଲେ ।















