• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ : ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
July 6, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ : ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ
Share on FacebookShare on TwitterWhatsapp

କନ୍ଧମାଳ (ଓଡ଼ିଶା ତାଜାନ୍ୟୁଜ) (ନି.ପ୍ର) :-  ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ (SIR), ୨୦୨୬ ଅନ୍ତର୍ଗତ ଚିଠା ଭୋଟର ତାଲିକା (Draft Electoral Roll) ପ୍ରକାଶ ଉପଲକ୍ଷେ ରବିବାର ଦିନ ଫୁଲବାଣୀ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ବେଦଭୂଷଣଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ଚିଠା ଭୋଟର ତାଲିକା ପ୍ରକାଶ, ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମର ଅଗ୍ରଗତି ଏବଂ ଜନସଚେତନତା ସୃଷ୍ଟି ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା ।

ଜିଲ୍ଲାପାଳ ଶ୍ରୀ ବେଦଭୂଷଣ କହିଥିଲେ ଯେ, ଭୋଟର ତାଲିକାକୁ ସମ୍ପୂର୍ଣ୍ଣ ନିର୍ଭୁଲ ଓ ତ୍ରୁଟିମୁକ୍ତ କରିବା ଭାରତୀୟ ନିର୍ବାଚନ କମିଶନଙ୍କ ପ୍ରାଥମିକତା । ଏଥିପାଇଁ ରାଜନୈତିକ ଦଳ, ଜନପ୍ରତିନିଧି, ବୁଥ୍ ସ୍ତରୀୟ ଅଧିକାରୀ ଏବଂ ଗଣମାଧ୍ୟମର ସକ୍ରିୟ ସହଯୋଗ ଅପରିହାର୍ଯ୍ୟ । ସେ ଉପସ୍ଥିତ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ଚିଠା ଭୋଟର ତାଲିକାକୁ ଭଲଭାବେ ଯାଞ୍ଚ କରି ଯୋଗ୍ୟ ଭୋଟରଙ୍କ ନାମ ସଂଯୋଜନ, ଅଯୋଗ୍ୟ ଭୋଟରଙ୍କ ନାମ ବିଲୋପ ଓ ତ୍ରୁଟି ସଂଶୋଧନ ପାଇଁ ନିର୍ଦ୍ଧାରିତ ସମୟ ମଧ୍ୟରେ ଦାବି ଓ ଆପତ୍ତି ଦାଖଲ କରିବା ସହ କାର୍ଯ୍ୟକ୍ରମର ବ୍ୟାପକ ପ୍ରଚାର ପ୍ରସାରରେ ସହଯୋଗ କରିବାକୁ ଆହ୍ୱାନ ଜଣାଇଥିଲେ ।

ବୈଠକରେ ସୂଚନା ଦିଆଯାଇଥିଲା ଯେ କନ୍ଧମାଳ ଜିଲ୍ଲାର ମୋଟ ୫,୭୦,୮୯୮ ଜଣ ଭୋଟରଙ୍କ ମଧ୍ୟରୁ ୫,୩୧,୮୪୨ ଜଣ ଏନୁମେରେସନ ଫର୍ମ ଦାଖଲ କରିଥିବାବେଳେ ୩୯,୦୫୬ଟି ଫର୍ମ ମୃତ, ସ୍ଥାନାନ୍ତରିତ, ଡୁପ୍ଲିକେଟ୍ କିମ୍ବା ଅନୁପସ୍ଥିତ ଭୋଟରଙ୍କ କାରଣରୁ ସଂଗ୍ରହ ହୋଇପାରିନାହିଁ । ଭାରତୀୟ ନିର୍ବାଚନ କମିଶନଙ୍କ ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ ବର୍ତ୍ତମାନ ପ୍ରତ୍ୟେକ ଭୋଟଗ୍ରହଣ କେନ୍ଦ୍ରରେ ସର୍ବାଧିକ ୧,୨୦୦ ଜଣ ଭୋଟର ରହିବେ । ପୂର୍ବରୁ ଗୋଟିଏ ବୁଥ୍‌ରେ ପ୍ରାୟ ୧,୫୦୦ ଜଣ ଭୋଟର ରହୁଥିବା ବ୍ୟବସ୍ଥାକୁ ପରିବର୍ତ୍ତନ କରାଯାଇଥିବାରୁ ଜିଲ୍ଲାରେ ୧୫୧ଟି ନୂତନ ଭୋଟଗ୍ରହଣ କେନ୍ଦ୍ର ସୃଷ୍ଟି କରାଯାଇଛି ।

ଏହାଫଳରେ ଜିଲ୍ଲାର ମୋଟ ବୁଥ୍ ସଂଖ୍ୟା ୬୬୧ରୁ ବୃଦ୍ଧି ପାଇ ୮୧୨ରେ ପହଞ୍ଚିଛି। ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ- ୨୦୨୬ ର କାର୍ଯ୍ୟସୂଚୀ ସମ୍ପର୍କରେ ମଧ୍ୟ ବୈଠକରେ ସୂଚନା ଦିଆଯାଇଥିଲା । ୦୫ ଜୁଲାଇ ୨୦୨୬ ରେ ଚିଠା ଭୋଟର ତାଲିକା ପ୍ରକାଶ କରାଯାଇଥିବାବେଳେ ୦୫ ଜୁଲାଇ ୨୦୨୬ରୁ ୦୪ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ଦାବି ଓ ଆପତ୍ତି ଗ୍ରହଣ କରାଯିବ । ୦୫ ଜୁଲାଇ ୨୦୨୬ରୁ ୦୨ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ଦାବି ଓ ଆପତ୍ତିର ଶୁଣାଣି ଏବଂ ସମାଧାନ କରାଯିବ । ଏହାପରେ ୦୬ ସେପ୍ଟେମ୍ବର ୨୦୨୬ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ କରାଯିବ ।

ବୈଠକରେ ନିର୍ବାଚନ ପଞ୍ଜୀକରଣ ଅଧିକାରୀ ତଥା ଉପ-ଜିଲ୍ଲାପାଳ, ଫୁଲବାଣୀ ଭିକାରୀ ସାହୁ, ଉପ-ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀମତୀ କୁମୁଦିନୀ ମଲ୍ଲିକ, ଡେପୁଟି କଲେକ୍ଟର ଅଙ୍କିତ ଜେନା, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅତିନିଆଲ ନାଇକା, ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି, ଗଣମାଧ୍ୟମ ପ୍ରତିନିଧି ଏବଂ ନିର୍ବାଚନ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ । ଏହି ଅବସରରେ ସମସ୍ତ ରାଜନୈତିକ ଦଳକୁ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାବଳୀ ପାଳନ କରି ସ୍ୱଚ୍ଛ, ନିର୍ଭୁଲ ଓ ଅନ୍ତର୍ଭୁକ୍ତିମୂଳକ ଭୋଟର ତାଲିକା ପ୍ରସ୍ତୁତିରେ ସହଯୋଗ କରିବାକୁ ଆହ୍ୱାନ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

July 6, 2026
ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

July 6, 2026
ମହାପ୍ରଭୁଙ୍କ ସେବାରେ ସର୍ବକନିଷ୍ଠ ଦଇତାପତି ଶ୍ରୀଅଂଶ

ମହାପ୍ରଭୁଙ୍କ ସେବାରେ ସର୍ବକନିଷ୍ଠ ଦଇତାପତି ଶ୍ରୀଅଂଶ

July 6, 2026
ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ଜଣ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର

ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ଜଣ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର

July 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

July 6, 2026
ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

July 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version