• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍‌ର ଜିଇଟି ମାନଙ୍କ ପାଇଁ ମାସେ ବ୍ୟାପୀ ବାହ୍ୟ ବୈଷୟିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
July 8, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
One Month External Training to GETs of Hindalco Industries Limited
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜାନ୍ୟୁଜ) (ନି.ପ୍ର) :- ସିଏସ୍‌ଆଇଆର୍-ଆଇଏମ୍‌ଏମ୍‌ଟି ପକ୍ଷରୁ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍‌ର ଗ୍ରାଜୁଏଟ୍ ଇଞ୍ଜିନିୟର ଟ୍ରେନି (ଜିଇଟିସ୍) ମାନଙ୍କ ପାଇଁ ଜୁଲାଇ ୬, ୨୦୨୬ରୁ ଏକ ମାସିଆ ବାହ୍ୟ ବୈଷୟିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଜୁଲାଇ ୩୧, ୨୦୨୬ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମେଟାଲର୍ଜି, ମେକାନିକାଲ୍, ଏନଭାଇରନମେଣ୍ଟାଲ୍ ଏବଂ କେମିକାଲ୍ ଇଞ୍ଜିନିୟରିଂ ବିଭାଗର ପ୍ରଶିକ୍ଷାର୍ଥୀମାନଙ୍କ ପାଇଁ ତତ୍ତ୍ୱଗତ ଶିକ୍ଷା, ପ୍ରାୟୋଗିକ ପ୍ରଦର୍ଶନ ଓ ହ୍ୟାଣ୍ଡସ୍-ଅନ୍ ଅଭ୍ୟାସ ସହ ବିଭିନ୍ନ ବିଷୟ ଉପରେ ସତ୍ର ଆୟୋଜନ କରାଯିବ। ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍‌ର ବିଭିନ୍ନ କାର୍ଯ୍ୟସ୍ଥଳରୁ ଆସିଥିବା ୫୪ ଜଣ ଗ୍ରାଜୁଏଟ୍ ଇଞ୍ଜିନିୟର ଟ୍ରେନି ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରୁଛନ୍ତି ।

ଭୁବନେଶ୍ୱରସ୍ଥିତ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଚଣ୍ଡୀ ପ୍ରସାଦ ନନ୍ଦ ମୁଖ୍ୟ ଅତିଥି ଭାବେ ଉଦ୍‌ଘାଟନୀ ଉତ୍ସବରେ ଯୋଗଦେଇ ଉପସ୍ଥିତ ପ୍ରଶିକ୍ଷାର୍ଥୀଙ୍କୁ ସମ୍ବୋଧିତ କରିଥିଲେ। ସେ ପ୍ରତ୍ୟେକ ବ୍ୟକ୍ତି, ବିଷୟ ଭିତ୍ତିକ ଜ୍ଞାନ, ସ୍ଥାନ, ସଂସ୍କୃତି ଓ ଦେଶର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ ଏକ ଫଳପ୍ରଦ ଓ ସକାରାତ୍ମକ ପରିବେଶ ସୃଷ୍ଟି ପାଇଁ ସମସ୍ତଙ୍କ ସମନ୍ୱିତ ପ୍ରୟାସର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ତାଙ୍କ ବକ୍ତବ୍ୟ ପ୍ରଶିକ୍ଷାର୍ଥୀମାନଙ୍କୁ ପ୍ରଶିକ୍ଷଣର ଉଦ୍ଦେଶ୍ୟ ସହ ନିଜକୁ ଯୋଡ଼ିବା ଏବଂ ଉତ୍ପାଦନଶୀଳ ଶିକ୍ଷା ଦିଗରେ ପ୍ରେରିତ କରିଥିଲା ।

ସିଏସ୍‌ଆଇଆର୍-ଆଇଏମ୍‌ଏମ୍‌ଟିର ନିର୍ଦ୍ଦେଶକ ଡ. ରାମାନୁଜ ନାରାୟଣ ଉପସ୍ଥିତ ପ୍ରଶିକ୍ଷାର୍ଥୀଙ୍କୁ ଉତ୍ସାହବର୍ଦ୍ଧକ ବକ୍ତବ୍ୟ ପ୍ରଦାନ କରି ସେମାନଙ୍କୁ ନିଷ୍ଠା, ଆଗ୍ରହ ଏବଂ ବୃତ୍ତିଗତ ଦୃଷ୍ଟିକୋଣ ସହ ଶିକ୍ଷା ଓ ପ୍ରଶିକ୍ଷଣ ଗ୍ରହଣ କରିବାକୁ ପ୍ରେରଣା ଦେଇଥିଲେ। ସେ ସିଏସ୍‌ଆଇଆର୍-ଆଇଏମ୍‌ଏମ୍‌ଟି ଏବଂ ସିଏସ୍‌ଆଇଆର୍‌ର ବିଭିନ୍ନ ଗବେଷଣା ଓ କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ସୂଚନା ଦେବା ସହ ନିୟମିତ ପ୍ରଶିକ୍ଷଣର ଗୁରୁତ୍ୱ ଏବଂ ଏହା ଜଣେ ବ୍ୟକ୍ତି, ସଂସ୍ଥା ଓ ଦେଶର ସାମଗ୍ରିକ ପ୍ରଗତିରେ କିପରି ସହାୟକ ହୁଏ ସେଥିପ୍ରତି ଗୁରୁତ୍ୱାରୋପ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ସିଏସ୍‌ଆଇଆର୍-ଆଇଏମ୍‌ଏମ୍‌ଟିର ବିଭିନ୍ନ ବିଭାଗର ମୁଖ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। ସେମାନେ ଏଭଳି ପ୍ରଶିକ୍ଷଣ ମାଧ୍ୟମରେ ଫଳପ୍ରଦ ଶିକ୍ଷା ଏବଂ ପ୍ରୟୋଗଭିତ୍ତିକ ଜ୍ଞାନ ହାସଲର ଆବଶ୍ୟକତା ଉପରେ ନିଜର ମତାମତ ରଖିଥିଲେ। ଏହି ପ୍ରଶିକ୍ଷଣରେ  ସିଏସଆଇଆର-ଆଇଏମଏମଟି ର ଅଧ୍ୟାପକ ଏବଂ ଶିଳ୍ପ ଓ ଶିକ୍ଷା ଜଗତର ବାହ୍ୟ ବିଶେଷଜ୍ଞମାନଙ୍କୁ ଆମନ୍ତ୍ରଣ କରାଯାଇଛି। କାର୍ଯ୍ୟକ୍ରମର କନଭେନର ଡ. ଟି. ପବନ କୁମାର ପ୍ରଶିକ୍ଷଣର ବିଭିନ୍ନ ମଡ୍ୟୁଲ ଓ କାର୍ଯ୍ୟପଦ୍ଧତି ସମ୍ପର୍କରେ ସୂଚନା ଦେବା ସହ ଉଦ୍‌ଘାଟନୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।

ସିଏସ୍‌ଆଇଆର୍-ଆଇଏମ୍‌ଏମ୍‌ଟିର ନିର୍ଦ୍ଦେଶକ ଓ ନେତୃତ୍ୱ ଦଳ ମୁଖ୍ୟ ଅତିଥି ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ସେହିପରି ସମସ୍ତ ଗ୍ରାଜୁଏଟ୍ ଇଞ୍ଜିନିୟର ଟ୍ରେନି (ଜିଇଟି)ଙ୍କୁ ଏହି ପ୍ରଶିକ୍ଷଣ ମାଧ୍ୟମରେ ଫଳପ୍ରଦ ଶିକ୍ଷାଲାଭ ପାଇଁ ଶୁଭେଚ୍ଛା ଜଣାଇବା ସହ କାର୍ଯ୍ୟକ୍ରମର ସୁଚାରୁ ପରିଚାଳନା ପାଇଁ ସମ୍ପୂର୍ଣ୍ଣ ସହଯୋଗର ଆଶ୍ୱାସନ ଦେଇଥିଲେ। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍‌ର ୫୪ ଜଣ ଗ୍ରାଜୁଏଟ୍ ଇଞ୍ଜିନିୟର ଟ୍ରେନିଙ୍କ ସମେତ ସିଏସ୍‌ଆଇଆର୍-ଆଇଏମ୍‌ଏମ୍‌ଟିର ବୈଜ୍ଞାନିକ, କର୍ମଚାରୀ, ଛାତ୍ରଛାତ୍ରୀ ଏବଂ ଅନ୍ୟାନ୍ୟ ଆମନ୍ତ୍ରିତ ଅତିଥିଙ୍କୁ ମିଶାଇ ୨୦୦ରୁ ଅଧିକ ବ୍ୟକ୍ତି ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଯାତ୍ରା ପାଇଁ ପୋଲିସ ଓ ୮ ସାହି ବାସିନ୍ଦାଙ୍କ ସହ ସମନ୍ୱୟ ବୈଠକ

ରଥଯାତ୍ରା ପାଇଁ ପୋଲିସ ଓ ୮ ସାହି ବାସିନ୍ଦାଙ୍କ ସହ ସମନ୍ୱୟ ବୈଠକ

July 8, 2026
ରଥଯାତ୍ରାରେ ବିପଦ ସାଜିବ ମୁକୁଳା ଡ୍ରେନ

ରଥଯାତ୍ରାରେ ବିପଦ ସାଜିବ ମୁକୁଳା ଡ୍ରେନ

July 8, 2026
ପୁରୀ ବିଚ୍ ଫଟୋଗ୍ରାଫର ମହାସଂଘ ବାର୍ଷିକ ସାଧାରଣ ନିର୍ବାଚନ

ପୁରୀ ବିଚ୍ ଫଟୋଗ୍ରାଫର ମହାସଂଘ ବାର୍ଷିକ ସାଧାରଣ ନିର୍ବାଚନ

July 8, 2026
୮ ଦିନପରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ବଡଥଳ ପୋଟଳ ଠାରୁ ଦୁଆରବେଢା ଚନ୍ଦ୍ରଶାଳୀ ପର୍ଯ୍ୟନ୍ତ ମଣ୍ଡଣି ବତା ଫିଟିଙ୍ଗ ଶେଷ

୮ ଦିନପରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ବଡଥଳ ପୋଟଳ ଠାରୁ ଦୁଆରବେଢା ଚନ୍ଦ୍ରଶାଳୀ ପର୍ଯ୍ୟନ୍ତ ମଣ୍ଡଣି ବତା ଫିଟିଙ୍ଗ ଶେଷ

July 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଯାତ୍ରା ପାଇଁ ପୋଲିସ ଓ ୮ ସାହି ବାସିନ୍ଦାଙ୍କ ସହ ସମନ୍ୱୟ ବୈଠକ

ରଥଯାତ୍ରା ପାଇଁ ପୋଲିସ ଓ ୮ ସାହି ବାସିନ୍ଦାଙ୍କ ସହ ସମନ୍ୱୟ ବୈଠକ

July 8, 2026
ରଥଯାତ୍ରାରେ ବିପଦ ସାଜିବ ମୁକୁଳା ଡ୍ରେନ

ରଥଯାତ୍ରାରେ ବିପଦ ସାଜିବ ମୁକୁଳା ଡ୍ରେନ

July 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version