ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଗଜପତି ଜିଲ୍ଲା ଗୋଷାଣି ବ୍ଲକର ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ଅଶୋକ କୁମାର ପାତ୍ରଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି । ବିଡିଓ ଗୌରଚନ୍ଦ୍ର ପଟ୍ଟନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଏନ୍.ବୀରରାଜୁ ଯୋଗଦେଇଥିବା ବେଳେ ସହକାରୀ ନିର୍ବାହୀ ଯନ୍ତ୍ରୀ ସସ୍ମିତା କୁମାରୀ ଜେନା, ବ୍ଲକ ଫାଇନାନ୍ସ ଅଫିସର ଗଜେନ୍ଦ୍ର ବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ ।















