ଭୁବନେଶ୍ବର (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ (କେଜିବିଭି) ର ୱାର୍ଡେନମାନଙ୍କ ନିମନ୍ତେ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣର ଶୁଭାରମ୍ଭ ହୋଇଯାଇଛି । ଜାତୀୟ ଶିକ୍ଷା ଯୋଜନା ଏବଂ ପ୍ରଶାସନ ପ୍ରତିଷ୍ଠାନ ( ନିପା), ନୂଆଦିଲ୍ଲୀ ଏବଂ ଓଡ଼ିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ଓଡ଼ିଶା ର ମିଳିତ ସହଯୋଗରେ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ (RIE) ଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଏହି କାର୍ଯ୍ୟକ୍ରମକୁ ଓସେପାର ଅତିରିକ୍ତ ନିର୍ଦ୍ଦେଶକ ସଙ୍ଗୀତା ବେହେରା, ଯୁଗ୍ମ ନିର୍ଦ୍ଦେଶକ ଜାସ୍ମିନ୍ ପଟ୍ଟନାୟକ, ଡକ୍ଟର ସରିତା ଏମ୍ ଯୋଗ ଦେଇ ୱାର୍ଡେନ୍ ମାନଙ୍କୁ ଏକ ସୁସ୍ଥ ଓ ନିରାପଦ ପରିବେଶ ସୃଷ୍ଟି କରିବାକୁ ଉପଦେଶ ଦେଇଥିଲେ ।















