ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ସ୍ୱଚ୍ଛ ଓ ସୁସ୍ଥ ପରିବେଶ ଗଠନ ତଥା ସ୍ୱଚ୍ଛତା ପ୍ରତି ଜନ ସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଆଜି ନୟାଗଡ଼ ଜିଲ୍ଲାପାଳଙ୍କ ନେତୃତ୍ୱରେ ଏକ ସ୍ୱଚ୍ଛତା ଅଭିଯାନ ଆୟୋଜିତ ହୋଇଥିଲା। ଏହି ଅଭିଯାନ ସକାଳ ଘ.୭. ୩୦ ମି. ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଆରମ୍ଭ ହୋଇ ନୟାଗଡ଼ ପୌରପାଳିକା ପରିସର ପର୍ଯ୍ୟନ୍ତ ଚାଲିଥିଲା ।

ଏହି ଅଭିଯାନରେ ମାନନୀୟା ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ,ପୌରପାଳିକା ଅଧ୍ୟକ୍ଷା ଶ୍ରୀମତୀ ନିରୁପମା ଖଟେଇ , ପୌରପାଳିକା ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟ , ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ସୁଜାତା କୁମାରୀ ସାହୁଙ୍କ ସମେତ ସରକାରୀ କର୍ମଚାରୀ, ସଫେଇ କର୍ମଚାରୀ,ସ୍ୱେଚ୍ଛାସେବୀ ଏବଂ ଗଣମାଧ୍ୟମର ପ୍ରତିନିଧିମାନେ ବହୁ ମାତ୍ରାରେ ଯୋଗଦେଇଥିଲେ ।

ଅଭିଯାନ ସମୟରେ ରାସ୍ତାପାର୍ଶ୍ୱ, ସରକାରୀ କାର୍ଯ୍ୟାଳୟ ଓ ସର୍ବସାଧାରଣ ସ୍ଥାନରେ ପରିମଳ ବ୍ୟବସ୍ଥା ସୁଦୃଢ଼ କରିବା ସହ ଆବର୍ଜନା ସଫା କରାଯାଇଥିଲା। ସ୍ୱଚ୍ଛତା ରକ୍ଷା କେବଳ ପ୍ରଶାସନର ଦାୟିତ୍ୱ ନୁହେଁ, ଏହା ପ୍ରତ୍ୟେକ ନାଗରିକଙ୍କ ସାମୂହିକ ଦାୟିତ୍ୱ ବୋଲି ଏହି ଅବସରରେ ବାର୍ତ୍ତା ଦିଆଯାଇଥିଲା । ମାନନୀୟା ଜିଲ୍ଲାପାଳ ସ୍ଥାନୀୟ ବ୍ୟବସାୟୀ,















