ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ସେବକପୁରସ୍ଥିତ ପର୍ଶୁରାମ ଗୁରୁକୁଳ ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ଜିଲ୍ଲା ଆଦିବାସୀ ମହାସଂଘ ରାୟଗଡ ବ୍ଲକ ଶାଖା ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ବିଶ୍ୱ ଆଦିବାସୀ ଆନ୍ତର୍ଜାତୀୟ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଅତିଥି ଭାବେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଗିରିଧର ଗମାଙ୍ଗ,ମାନ୍ୟବର ମୋହନା ବିଧାୟକ ଶ୍ରୀ ଦାଶରଥି ଗମାଙ୍ଗ,ଜିଲ୍ଲା ପରିଷଦର ପୂର୍ବତନ ଅଧ୍ୟକ୍ଷ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମଲ୍ଲିକ, ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଶ୍ରୀ ପବିତ୍ର ମଣ୍ଡଳ,ଶ୍ରୀ ସୁଦାମ ଚରଣ ମଣ୍ଡଳ ,















