• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାଲକାନଗିରିରେ ମହାସମାରୋହରେ ୮୦ ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
August 16, 2026
in ଓଡ଼ିଶା, ମାଲକାନଗିରି, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ମାଲକାନଗିରିରେ ମହାସମାରୋହରେ ୮୦ ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ
Share on FacebookShare on TwitterWhatsapp

ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ; ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ସହ ପଟ୍ଟା, ଲାପଟପ୍ ଓ କ୍ରୀଡ଼ା ସାମଗ୍ରୀ ବଣ୍ଟନ 

ମାଲକାନଗିରି (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ମାଲକାନଗିରି ଡିଏନ୍‌କେ ପଡ଼ିଆଠାରେ ୮୦ ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ସମାରୋହରେ ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପ୍ୟାରେଡ୍ ଓ ସାଂସ୍କୃତିକ କାର୍ଯ୍ୟକ୍ରମରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଦଳଗୁଡ଼ିକୁ ମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ।

ଏହି ଅବସରରେ ରାଜସ୍ୱ ବିଭାଗ ପକ୍ଷରୁ ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଜଙ୍ଗଲ ଅଧିକାର ପଟ୍ଟା ପ୍ରଦାନ କରାଯାଇଥିବା ବେଳେ ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଉଚ୍ଚଶିକ୍ଷିତ ଦୁଇଜଣ ଦୃଷ୍ଟିବାଧିତ ଦିବ୍ୟାଙ୍ଗ ଯୁବକ-ଯୁବତୀଙ୍କୁ ମନ୍ତ୍ରୀ ଲାପଟପ୍ ବଣ୍ଟନ କରିଥିଲେ। ସେହିପରି କ୍ରୀଡ଼ା ବିଭାଗ ପକ୍ଷରୁ ବିଭିନ୍ନ ଗ୍ରାମପଞ୍ଚାୟତକୁ କ୍ରୀଡ଼ା ସାମଗ୍ରୀ ବିତରଣ କରାଯାଇଥିଲା ଏବଂ ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷାରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ଜଙ୍ଗଲ ବିଭାଗର କ୍ୱିକ୍ ରେସ୍କ୍ୟୁ ଟିମ୍‌କୁ ସମ୍ବର୍ଦ୍ଧିତ କରାଯାଇଥିଲା ।

ପତାକା ଉତ୍ତୋଳନ ପରେ ମନ୍ତ୍ରୀ ଡିଏନ୍‌କେ ପଡ଼ିଆଠାରେ ସ୍ୱଚ୍ଛତା ଅଭିଯାନର ଶୁଭାରମ୍ଭ କରିଥିଲେ। ଏହାପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଶିଶୁଙ୍କ ପାଇଁ କ୍ରେଚ୍, ଆଇଟିଡିଏଠାରେ କୋରାପୁଟ କଫି, ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟଠାରେ ସ୍ପୋର୍ଟସ କମ୍ପ୍ଲେକ୍ସ, ଚାଲାଣଗୁଡ଼ା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟଠାରେ ୬୦ ଶଯ୍ୟା ବିଶିଷ୍ଟ ହୋଷ୍ଟେଲ, ଜିଲ୍ଲା ପରିଷଦ କାର୍ଯ୍ୟାଳୟଠାରେ ବସ୍ତ୍ର ଉପହାର କେନ୍ଦ୍ର ଏବଂ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ସହିଦ ଲକ୍ଷ୍ମଣ ନାୟକ ସ୍ମୃତି ମନ୍ଦିରର ଶୁଭ ଉଦ୍‌ଘାଟନ କରିଥିଲେ। ପରିଶେଷରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ କରାଯାଇଥିଲା।

ମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ ଯେ ଦଶନ୍ଧି ଧରି ଓଡ଼ିଶାର ଶେଷ ବିନ୍ଦୁ ଭାବେ ପରିଚିତ ମାଲକାନଗିରିର ମୁଗି ପଏଣ୍ଟ ଆଜି ବିକାଶର ପ୍ରବାହରେ ରାଜ୍ୟର ପ୍ରବେଶ ପଥ ସାଜିବା ସହ ସମଗ୍ର ଦେଶ ପାଇଁ ପ୍ରଗତିର ବାର୍ତ୍ତାବହ ସାଜିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଚାଷୀ, ମହିଳା, ଆଦିବାସୀ ଓ ଯୁବପିଢ଼ିଙ୍କ ପ୍ରଗତିକୁ ସରକାର ପ୍ରାଥମିକତା ଦେଉଛନ୍ତି। ଏକଦା ନକ୍ସଲ ପ୍ରଭାବିତ ଥିବା ସ୍ୱାଭିମାନ ଅଞ୍ଚଳରେ ପ୍ରଥମ ଥର ପାଇଁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା କେନ୍ଦ୍ର ସ୍ଥାପନ ଏହାର ଜ୍ୱଳନ୍ତ ଉଦାହରଣ। ଓଡ଼ିଶାକୁ ଏକ ଆଗୁଆ ରାଜ୍ୟରେ ପରିଣତ କରିବା ପାଇଁ ସେ ଛାତ୍ର, ମହିଳା ଓ ଯୁବପିଢ଼ିଙ୍କୁ ମିଳିତ ଭାବେ ଆଗେଇ ଆସିବାକୁ ଆହ୍ୱାନ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେ , ଆରକ୍ଷୀ ଅଧୀକ୍ଷକ ବିନୋଦ ପାଟିଲ, ମାଲକାନଗିରି ବିଧାୟକ ନରସିଂହ ମାଡକାମୀ, ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଗଙ୍ଗା ସୋଡ଼ି, ଉପାଧ୍ୟକ୍ଷା ସାବିତ୍ରୀ ପଡ଼ିଆମୀ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ଵ, ମୁଖ୍ୟ ଉନ୍ନୟନ ଅଧିକାରୀ, ଉପ-ଜିଲ୍ଲାପାଳ, ପିଏ ଆଇଟିଡିଏ, ଜିଲ୍ଲା ଶିକ୍ଷା ଅଧିକାରୀ, ଜିଲ୍ଲା ମଙ୍ଗଳ ଅଧିକାରୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମିଳା ମାଝୀ ଓ ସରୋଜ ପଟ୍ଟନାୟକ ମଞ୍ଚ ପରିଚାଳନା କରିଥିବା ବେଳେ ସୂଚନା ଓ ଲୋକସମ୍ପର୍କ ବିଭାଗର କର୍ମଚାରୀମାନେ କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ । ଅପରାହ୍ନରେ ସ୍ଥାନୀୟ ସ୍ପୋର୍ଟସ କମ୍ପ୍ଲେକ୍ସ ଠାରେ ଜିଲ୍ଲାପାଳ ଏକାଦଶ, ଏସପି ଏକାଦଶ, ଗଣମାଧ୍ୟମ ଏକାଦଶ ଓ ଜିଲ୍ଲା ଆଇନଜୀବୀ ଏକାଦଶ ଙ୍କ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍ ମ୍ୟାଚ୍ ର ଆୟୋଜନ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଂହଦ୍ୱାରରେ ଦେବୀସଭା ବିଦାୟ ନେଲେ ଗୋସାଣୀ

ସିଂହଦ୍ୱାରରେ ଦେବୀସଭା ବିଦାୟ ନେଲେ ଗୋସାଣୀ

October 23, 2026
ଧର୍ମପ୍ରାଣା ମହିଳା ବିଦୁଲତା ମହାନ୍ତି ଙ୍କ ପରଲୋକ

ଧର୍ମପ୍ରାଣା ମହିଳା ବିଦୁଲତା ମହାନ୍ତି ଙ୍କ ପରଲୋକ

October 23, 2026
କେ.ନୂଆଗାଁ ପୋଲିସର ସଫଳତା, ୯ ଜୁଆଡି ଗିରଫ : ଲକ୍ଷାଧିକ ଟଙ୍କା ଜବତ

କେ.ନୂଆଗାଁ ପୋଲିସର ସଫଳତା, ୯ ଜୁଆଡି ଗିରଫ : ଲକ୍ଷାଧିକ ଟଙ୍କା ଜବତ

October 23, 2026
ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ , ୭ଟି ସ୍ଥାନରେ ରେଡ୍ : ବିପୁଳ ପରିମାଣର ସମ୍ପତ୍ତି ଠାବ

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ , ୭ଟି ସ୍ଥାନରେ ରେଡ୍ : ବିପୁଳ ପରିମାଣର ସମ୍ପତ୍ତି ଠାବ

October 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଂହଦ୍ୱାରରେ ଦେବୀସଭା ବିଦାୟ ନେଲେ ଗୋସାଣୀ

ସିଂହଦ୍ୱାରରେ ଦେବୀସଭା ବିଦାୟ ନେଲେ ଗୋସାଣୀ

October 23, 2026
ଧର୍ମପ୍ରାଣା ମହିଳା ବିଦୁଲତା ମହାନ୍ତି ଙ୍କ ପରଲୋକ

ଧର୍ମପ୍ରାଣା ମହିଳା ବିଦୁଲତା ମହାନ୍ତି ଙ୍କ ପରଲୋକ

October 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version